< ՀՌՈՎՄԱՅԵՑԻՍ 8 >

1 Ուրեմն հիմա դատապարտութիւն չկայ Քրիստոս Յիսուսով եղողներուն, որոնք մարմինին համաձայն չեն ընթանար.
ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।
2 քանի որ կեանքի Հոգիին Օրէնքը՝ Քրիստոս Յիսուսով ազատեց զիս մեղքի եւ մահուան օրէնքէն:
କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।
3 Արդարեւ ինչ որ Օրէնքը անկարող էր ընել, որովհետեւ մարմինը տկարացուցած էր զայն, Աստուած իրագործեց. իր Որդին ղրկեց՝ մեղանչական մարմինի նմանութեամբ եւ մեղքին պատճառով, ու դատապարտեց մեղքը այդ մարմինին մէջ,
ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,
4 որպէսզի Օրէնքին արդարութիւնը գործադրուի մեր մէջ՝ որ չենք ընթանար մարմինին համաձայն, այլ՝ Հոգիին:
ଯେପରି ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ।
5 Արդարեւ մարմինին համաձայն ապրողները՝ կը մտածեն մարմինին բաները, իսկ Հոգիին համաձայն ապրողները՝ Հոգիին բաները.
କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି।
6 նաեւ մարմնաւոր մտածումը մահ է, իսկ հոգեւոր մտածումը՝ կեանք ու խաղաղութիւն:
କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ;
7 Արդարեւ մարմնաւոր մտածումը Աստուծոյ դէմ թշնամութիւն է, քանի Աստուծոյ Օրէնքին չի հպատակիր. մա՛նաւանդ չի կրնար ալ,
ଯେଣୁ ଶାରୀରିକ ମନ ଈଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;
8 որովհետեւ մարմինին համաձայն ապրողները չեն կրնար հաճեցնել Աստուած:
ଯେଉଁମାନେ ଶରୀରର ବଶରେ ଅଛନ୍ତି, ସେମାନେ ଈଶ୍ବରଙ୍କର ସନ୍ତୋଷପାତ୍ର ହୋଇପାରନ୍ତି ନାହିଁ।
9 Բայց դուք չէք ապրիր մարմինին համաձայն, հապա՝ Հոգիին համաձայն, եթէ իսկապէս Աստուծոյ Հոգին բնակած է ձեր մէջ. իսկ եթէ մէկը Քրիստոսի Հոգին չունի, ինք անորը չէ:
କିନ୍ତୁ ଈଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।
10 Սակայն եթէ Քրիստոս ձեր մէջ է, մարմինը մեռած է մեղքին պատճառով, իսկ Հոգին կեանք կը պարգեւէ արդարութեան պատճառով:
କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ।
11 Ու եթէ Յիսուսը մեռելներէն յարուցանողին Հոգին բնակած է ձեր մէջ, ուրեմն ա՛ն՝ որ մեռելներէն յարուցանեց Քրիստոսը, կեանք պիտի տայ նաեւ ձեր մահկանացու մարմիններուն՝ իր Հոգիով, որ կը բնակի ձեր մէջ:
ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।
12 Ուրեմն, եղբայրնե՛ր, պարտական ենք, բայց ո՛չ մարմինին՝ մարմինին համաձայն ապրելու համար:
ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନଯାପନ କରିବାକୁ ଶରୀର ନିକଟରେ ନୁହେଁ;
13 Որովհետեւ եթէ մարմինին համաձայն ապրիք՝ պիտի մեռնիք, իսկ եթէ Հոգիով մարմինին գործերը մեռցնէք՝ պիտի ապրիք:
କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।
14 Արդարեւ բոլոր անոնք որ կ՚առաջնորդուին Աստուծոյ Հոգիով, անո՛նք են Աստուծոյ որդիները.
ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ।
15 քանի որ դուք չստացաք ստրկութեան հոգին՝ դարձեալ վախնալու համար, հապա ստացաք որդեգրութեա՛ն Հոգին, որուն միջոցով կը գոչենք՝՝. «Աբբա՛, Հա՛յր»:
କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
16 Նոյնինքն Հոգին վկայութիւն կու տայ մեր հոգիին հետ թէ մենք Աստուծոյ զաւակներն ենք.
ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,
17 ու եթէ զաւակներ՝ ուրեմն ժառանգորդներ, Աստուծոյ ժառանգորդներ եւ Քրիստոսի ժառանգակիցներ, որպէսզի եթէ չարչարուինք իրեն հետ, նաեւ փառաւորուինք իրեն հետ:
ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।
18 Արդարեւ ես այնպէս կը սեպեմ թէ այս ներկայ ժամանակին չարչարանքները՝ արժանի չեն բաղդատուելու գալիք փառքին հետ, որ պիտի յայտնուի մեր մէջ:
କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।
19 Քանի որ արարածները եռանդուն ակնկալութեամբ կը սպասեն Աստուծոյ որդիներուն յայտնութեան:
ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।
20 Որովհետեւ արարածները հպատակեցան ունայնութեան, (ո՛չ թէ իրենց կամքով, հապա անոր պատճառով՝ որ հպատակեցուց զիրենք, )
କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତାହାର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାହାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ;
21 այն յոյսով՝ որ արարածները իրե՛նք ալ, ազատելով ապականութեան ստրկութենէն, հասնին Աստուծոյ զաւակներուն փառաւոր ազատութեան:
ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ବରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ।
22 Քանի որ գիտենք թէ բոլոր արարածները միասին կը հառաչեն ու երկունքի ցաւ կը քաշեն մինչեւ հիմա:
କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ।
23 Եւ ո՛չ միայն անոնք, հապա մե՛նք ալ՝ որ ունինք Հոգիին երախայրիքը, նոյնիսկ մե՛նք մեր մէջ կը հառաչենք՝ սպասելով որդեգրութեան, այսինքն մեր մարմինին ազատագրութեան:
ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।
24 Որովհետեւ մենք յոյսով փրկուեցանք. բայց այն յոյսը որ կը տեսնուի՝ յոյս չէ. քանի որ ինչո՞ւ մէկը տակաւին յուսայ այն բանին՝ որ արդէն կը տեսնէ:
କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ?
25 Իսկ եթէ կը յուսանք մեր չտեսած բանին, ա՛լ համբերութեամբ սպասենք անոր:
କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।
26 Նոյնպէս Հոգին ալ կ՚օգնէ մեր տկարութիւններուն մէջ. քանի որ չենք գիտեր ի՛նչ բանի համար աղօթելու ենք՝ ինչպէս պէտք է. բայց Հոգին ի՛նք կը բարեխօսէ մեզի համար՝ անբարբառ հառաչանքներով:
ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି;
27 Եւ ա՛ն՝ որ կը զննէ սիրտերը, գիտէ Հոգիին ի՛նչ մտածելը, քանի որ կը բարեխօսէ սուրբերուն համար Աստուծոյ կամքին համաձայն:
ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ପବିତ୍ର ଆତ୍ମାଙ୍କ ଭାବ କଅଣ, ତାହା ମଧ୍ୟ ଜାଣନ୍ତି, କାରଣ ସେ ଈଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।
28 Նաեւ գիտենք թէ բոլոր բաները բարիին գործակից կ՚ըլլան անո՛նց՝ որ կը սիրեն Աստուած, անո՛նց՝ որ կանչուած են իր առաջադրութեան համաձայն:
ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
29 Որովհետեւ անո՛նք՝ որ նախապէս ճանչցաւ, նաեւ նախասահմանեց՝ կերպարանակից ըլլալու իր Որդիին պատկերին, որպէսզի ան ըլլայ անդրանի՛կը բազմաթիւ եղբայրներու մէջ:
କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।
30 Եւ անոնք որ նախասահմանեց՝ նաեւ կանչեց, անոնք որ կանչեց՝ նաեւ արդարացուց, եւ անոնք որ արդարացուց՝ նաեւ փառաւորեց:
ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ।
31 Ուրեմն ի՞նչ ըսենք այս բաներուն մասին. եթէ Աստուած մեր կողմն է, ո՞վ հակառակ է մեզի:
ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?
32 Ա՛ն՝ որ չխնայեց իր իսկ Որդիին, հապա մատնեց զայն մեր բոլորին համար, ի՞նչպէս անոր հետ նաեւ պիտի չպարգեւէ մեզի բոլոր բաները:
ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ?
33 Ո՞վ պիտի մեղադրէ Աստուծոյ ընտրածները. Աստուա՛ծ է արդարացնողը:
ଈଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ବର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି।
34 Ուրեմն ո՞վ է դատապարտողը. Քրիստոս՝ որ մեռաւ, մա՛նաւանդ յարութիւն առաւ եւ Աստուծոյ աջ կողմն է, ա՛ն կը բարեխօսէ մեզի համար:
କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।
35 Ուրեմն ո՞վ պիտի զատէ մեզ Քրիստոսի սէրէն. տառապա՞նքը, կամ տագնա՞պը, կամ հալածա՞նքը, կամ սո՞վը, կամ մերկութի՞ւնը, կամ վտա՞նգը, կամ սո՞ւրը:
ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ?
36 (Ինչպէս գրուած է. «Քեզի՛ համար ամբողջ օրը կը մեռցուինք. սպանդանոցի ոչխարի պէս կը սեպուինք»: )
ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।”
37 Նոյնիսկ այս բոլոր բաներուն մէջ աւելի քան յաղթող կ՚ըլլանք անո՛վ՝ որ սիրեց մեզ:
ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।
38 Որովհետեւ ես համոզուած եմ թէ ո՛չ մահը, ո՛չ կեանքը, ո՛չ հրեշտակները, ո՛չ իշխանութիւնները, ո՛չ զօրութիւնները, ո՛չ ներկայ բաները, ո՛չ գալիք բաները,
କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,
39 ո՛չ բարձրութիւնը, ո՛չ խորունկութիւնը, ո՛չ ալ ոեւէ ուրիշ արարած պիտի կարենայ զատել մեզ Աստուծոյ սէրէն, որ Քրիստոս Յիսուսով՝ մեր Տէրոջմով է:
ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।

< ՀՌՈՎՄԱՅԵՑԻՍ 8 >