< Yəhya 3 >

1 Fariseylər arasında Nikodim adlı bir Yəhudi rəhbəri var idi.
ଫାରୂଶୀମାନଙ୍କ ମଧ୍ୟରେ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଯିହୁଦୀମାନଙ୍କର ଜଣେ ନେତା।
2 O, gecə ikən İsanın yanına gəlib dedi: «Rabbi, bilirik ki, Sən Allahın yanından gələn bir müəllimsən. Çünki Allah ona yar olmasa, heç kəs Sənin göstərdiyin əlamətləri edə bilməz».
ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ବରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ବର ସାଙ୍ଗରେ ନ ଥିଲେ ସେହିସବୁ କେହି କରିପାରେ ନାହିଁ।
3 İsa ona cavab verdi: «Doğrusunu, doğrusunu sənə deyirəm: bir kəs yenidən doğulmasa, Allahın Padşahlığını görə bilməz».
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।”
4 Nikodim Ondan soruşdu: «Yaşa dolmuş bir adam necə yenidən doğula bilər? O, ikinci dəfə anasının bətninə girib doğula bilərmi?»
ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇପାରେ? ସେ କଅଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇପାରେ?
5 İsa cavab verdi: «Doğrusunu, doğrusunu sənə deyirəm: bir kəs sudan və Ruhdan doğulmasa, Allahın Padşahlığına daxil ola bilməz.
ଯୀଶୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିପାରେ ନାହିଁ।
6 Bəşərdən doğulan bəşərdir, Ruhdan doğulan ruhdur.
ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା।
7 Sənə “yenidən doğulmalısınız” dediyimə heyrət etmə.
‘ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ’ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ।
8 Yel istədiyi yerdə əsir, onun səsini eşidirsən, amma haradan gəlib haraya getdiyini bilmirsən. Ruhdan doğulmuş adam da belədir».
ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ପବିତ୍ର ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର।”
9 Nikodim «Bu şeylər necə ola bilər?» deyə soruşdu.
ନୀକଦୀମ ତାହାଙ୍କୁ ଉତ୍ତର ଦେଲେ, ଏହିସବୁ କିପରି ହୋଇପାରେ?
10 İsa ona cavab verdi: «Sən İsrailin müəllimisən. Bunları bilmirsənmi?
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କଅଣ ଏହିସବୁ ବୁଝୁ ନାହଁ?
11 Doğrusunu, doğrusunu sənə deyirəm: biz bildiyimizi söyləyirik, gördüyümüzə şəhadət edirik, amma siz bizim şəhadətimizi qəbul etmirsiniz.
ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ।
12 Əgər Mən sizə yerdəki işlərdən danışanda inanmırsınızsa, göydəki işlərdən danışsam, necə inanacaqsınız?
ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ୱାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ୱର୍ଗୀୟ ବିଷୟ କହିଲେ କିପରି ବିଶ୍ୱାସ କରିବ?
13 Heç kəs göyə çıxmayıb, yalnız göydən enmiş Bəşər Oğlu orada olub.
ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।
14 Musa çöldə ilanı yuxarı qaldırdığı kimi Bəşər Oğlu da yuxarı qaldırılmalıdır ki,
ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ପିତ୍ତଳର ଏକ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ,
15 Ona iman edən hər kəs əbədi həyata malik olsun». (aiōnios g166)
ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।” (aiōnios g166)
16 Çünki Allah dünyanı elə sevdi ki, vahid Oğlunu verdi; bunu ona görə etdi ki, Ona iman edən hər kəs həlak olmasın, amma əbədi həyata malik olsun. (aiōnios g166)
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ। (aiōnios g166)
17 Allah dünyanı mühakimə etmək üçün deyil, Oğlunun vasitəsilə xilas etmək üçün Onu dünyaya göndərdi.
ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।
18 Ona iman edən mühakimə olunmur, iman etməyənsə artıq mühakimə olunub, çünki Allahın vahid Oğlunun adına iman etməyib.
ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ।
19 Mühakimə bundan ibarətdir ki, dünyaya nur gəldi, amma insanlar qaranlığı nurdan daha çox sevdilər, çünki əməlləri şər idi.
ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
20 Pislik edən hər kəs nura nifrət edər, əməllərinin üzə çıxmaması üçün nura tərəf gəlməz.
କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ।
21 Həqiqətə əməl edənsə nura tərəf gələr ki, əməllərini Allah naminə etdiyi bəlli olsun.
କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ବରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ।
22 Bundan sonra İsa və Onun şagirdləri Yəhudeya diyarına gəldilər. İsa bir müddət onlarla orada qalıb vəftiz edirdi.
ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିହୂଦିୟା ପ୍ରଦେଶକୁ ଗଲେ, ଆଉ ସେ ସେହି ସ୍ଥାନରେ ସେମାନଙ୍କ ସହିତ ରହି ବାପ୍ତିସ୍ମ ଦେବାକୁ ଲାଗିଲେ।
23 Yəhya da Şalim yaxınlığındakı Aynonda vəftiz edirdi, çünki orada çoxlu su var idi. Adamlar da gəlib vəftiz olunurdu.
ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମ ଦେଉଥିଲେ, କାରଣ ସେ ସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ।
24 Yəhya hələ zindana salınmamışdı.
ଯେଣୁ ଯୋହନ ସେପର୍ଯ୍ୟନ୍ତ କାରାଗାରରେ ନିକ୍ଷିପ୍ତ ହୋଇ ନ ଥିଲେ।
25 Bu zaman Yəhyanın şagirdləri ilə bir Yəhudi arasında paklanma barədə mübahisə düşdü.
ସେଥିମଧ୍ୟରେ ଶୁଚିକ୍ରିୟା ସମ୍ବନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୁଦୀ ସହିତ ବାଦାନୁବାଦ ଘଟିଲା।
26 Şagirdləri Yəhyanın yanına gəlib dedilər: «Rabbi, İordanın o tayında sənin yanında olan və barəsində şəhadət etdiyin Şəxs indi Özü vəftiz edir və hamı Onun yanına gəlir».
ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାହାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦ୍ଦନ ନଦୀର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ବନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି।
27 Yəhya cavabında dedi: «İnsana göydən verilməsə, o heç nə ala bilməz.
ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇପାରେ ନାହିଁ।
28 “Mən Məsih deyiləm, ancaq Ondan əvvəl göndərilmişəm” sözümə özünüz şahidsiniz.
ମୁଁ ଯେ ଖ୍ରୀଷ୍ଟ ନୁହେଁ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ।
29 Gəlin kimindirsə, bəy odur. Amma bəyi gözləyərək ona qulaq asan sağdışı bəyin səsini eşidib çox sevinir. Mənim sevincim beləcə tam oldu.
ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାହାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ। ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି।
30 İndi Ona böyümək, mənə kiçilmək gərəkdir».
ସେ ଅବଶ୍ୟ ବୃଦ୍ଧି ହେଉନ୍ତୁ, ପୁଣି ମୁଁ ହ୍ରାସ ହେବି।
31 Yuxarıdan Gələn hamıdan üstündür. Yer üzündən olan yerə məxsusdur və yer barədə danışar, göydən Gələnsə hamıdan üstündür.
ଯେ ଊର୍ଦ୍ଧ୍ୱରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ୱର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ।
32 Nə görüb-eşidibsə, ona şəhadət edər, amma şəhadətini heç kəs qəbul etməz.
ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ।
33 Onun şəhadətini qəbul edən kəs Allahın haqq olduğuna möhür basıb.
ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ବର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି।
34 Ona görə ki Allahın göndərdiyi Şəxs Allahın sözlərini söyləyər. Çünki Allah Ruhu hədsiz verir.
କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।
35 Ata Oğulu sevir və hər şeyi Onun ixtiyarına verib.
ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି।
36 Oğula iman edən şəxs əbədi həyata malikdir, Oğula itaət etməyənsə həyat görməyəcək, lakin Allahın qəzəbi onun üzərində qalır. (aiōnios g166)
ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ। (aiōnios g166)

< Yəhya 3 >