< 以斯拉記 1 >

1 波斯王塞魯士元年,耶和華為要應驗藉耶利米口所說的話,就激動波斯王塞魯士的心,使他下詔通告全國說:
ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍‍ର ମନକୁ ଉଦ୍ଦୀପିତ କରନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା,
2 「波斯王塞魯士如此說:『耶和華天上的上帝已將天下萬國賜給我,又囑咐我在猶大的耶路撒冷為他建造殿宇。
“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।
3 在你們中間凡作他子民的,可以上猶大的耶路撒冷,在耶路撒冷重建耶和華-以色列上帝的殿(只有他是上帝)。願上帝與這人同在。
ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି।
4 凡剩下的人,無論寄居何處,那地的人要用金銀、財物、牲畜幫助他,另外也要為耶路撒冷上帝的殿甘心獻上禮物。』」
ଆଉ, ଯେକେହି ଯେକୌଣସି ସ୍ଥାନରେ ଅବଶିଷ୍ଟ ଥାଇ ପ୍ରବାସ କରୁଅଛି, ତାହାର ସେହି ସ୍ଥାନସ୍ଥ ଲୋକମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିମନ୍ତେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଛଡ଼ା ରୂପା ଓ ସୁନା, ନାନା ଦ୍ରବ୍ୟ ଓ ପଶୁ ଦେଇ ତାହାର ସାହାଯ୍ୟ କରନ୍ତୁ।”
5 於是,猶大和便雅憫的族長、祭司、利未人,就是一切被上帝激動他心的人,都起來要上耶路撒冷去建造耶和華的殿。
ସେତେବେଳେ ଯିହୁଦାର ଓ ବିନ୍ୟାମୀନ୍‍ର ପିତୃବଂଶୀୟ ପ୍ରଧାନମାନେ, ଆଉ ଯାଜକମାନେ ଓ ଲେବୀୟମାନେ, ଅର୍ଥାତ୍‍, ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣାର୍ଥେ ଯାତ୍ରା କରିବା ପାଇଁ ପରମେଶ୍ୱର ଯେଉଁ ସମସ୍ତଙ୍କ ମନକୁ ଉଦ୍ଦୀପିତ କଲେ, ସେମାନେ ଉଠିଲେ।
6 他們四圍的人就拿銀器、金子、財物、牲畜、珍寶幫助他們,另外還有甘心獻的禮物。
ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ୱର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।
7 塞魯士王也將耶和華殿的器皿拿出來,這器皿是尼布甲尼撒從耶路撒冷掠來、放在自己神之廟中的。
ଆଉ, ନବୂଖଦ୍‍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍‍ ରାଜା ତାହାସବୁ ବାହାର କରି ଆଣିଲା।
8 波斯王塞魯士派庫官米提利達將這器皿拿出來,按數交給猶大的首領設巴薩。
ପାରସ୍ୟର ରାଜା କୋରସ୍‍ କୋଷାଧ୍ୟକ୍ଷ ମିତ୍ରଦାତର ହସ୍ତ ଦ୍ୱାରା ତାହାସବୁ ବାହାର କରି ଆଣି ଯିହୁଦାର ଅଧିପତି ଶେଶବସରକୁ ଗଣନା କରିଦେଲା।
9 器皿的數目記在下面:金盤三十個,銀盤一千個,刀二十九把,
ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପାଥାଳୀ, ଅଣତିରିଶ ଛୁରୀ;
10 金碗三十個,銀碗之次的四百一十個,別樣的器皿一千件。
ତିରିଶ ସ୍ୱର୍ଣ୍ଣମୟ ପାନପାତ୍ର, ଚାରି ଶହ ଦଶ ରୌପ୍ୟମୟ ମଧ୍ୟମ ପାନପାତ୍ର, ପୁଣି ଏକ ସହସ୍ର ଅନ୍ୟାନ୍ୟ ପାତ୍ର,
11 金銀器皿共有五千四百件。被擄的人從巴比倫上耶路撒冷的時候,設巴薩將這一切都帶上來。
ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା।

< 以斯拉記 1 >