< Salme 150 >

1 Lover Gud i hans Helligdom, lover ham i hans Vældes udstrakte Befæstning!
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର;
2 Lover ham for hans vældige Gerninger, lover ham efter hans store Magt!
ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର।
3 Lover ham med Basuns Klang, lover ham med Psalter og Harpe!
ତୂରୀଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର।
4 Lover ham med Tromme og Dans, lover ham med Strenge og Fløjte!
ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।
5 Lover ham med lydende Cymbler, lover ham med klingende Cymbler!
ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର;
6 Alt det, som har Aande, love Herren! Halleluja!
ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

< Salme 150 >