< Mark 4 >

1 Jesus began teaching beside the Sea again. So many people came to listen to him that he climbed into a boat and sat in it on the water while the crowd listened from the shore.
ଯୀଶୁ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକ ସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ।
2 He illustrated his teachings using many stories.
ସେତେବେଳେ ସେ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି, ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ!
3 “Listen,” he said. “A sower went out to sow.
“ଦେଖ, ଜଣେ ବୁଣାଳୀ ବୁଣିବାକୁ ବାହାରିଲା।
4 Now as he was scattering the seeds, some fell on the path, and birds came and ate them up.
ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।
5 Other seeds fell on stony ground where there wasn't much earth. In the shallow soil the plants started growing quickly, but because the soil wasn't deep
ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂମିରେ ପଡ଼ିଲା ଏବଂ ବେଶି ମାଟି ନ ଥିବାରୁ ଶୀଘ୍ର ଗଜା ହେଲା,
6 they were scorched when the sun came up. Since they didn't have any real roots, they soon withered.
କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା।
7 Other seeds fell among thorns. The thorns grew up and choked the sprouting seeds, so they produced nothing.
ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା ଏବଂ କୌଣସି ଫଳ ଫଳିଲା ନାହିଁ।
8 Other seeds fell on good soil where they sprouted and grew. They produced a harvest of some thirty, some sixty, and some a hundred times what was planted.
ପୁଣି, ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା, ଆଉ ଗଜା ହୋଇ ବଢ଼ି ଉଠି ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା।”
9 If you have ears to hear, listen to what I'm saying.”
ପୁଣି, ସେ କହିଲେ, “ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”
10 When he was by himself, his twelve disciples and the others who were with him asked him what the illustrations meant.
ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ।
11 He told them, “The mystery of God's kingdom has been given to you to understand. But outsiders only have the stories,
ସେଥିରେ ସେ ସେମାନଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,
12 so that even though they see, they don't really ‘see,’ and even though they hear, they don't understand, otherwise they might turn to me and be forgiven.”
ଯେପରି ‘ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି, ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରିଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି।’”
13 “Don't you understand this story?” Jesus asked them. “If you can't, how are you going to understand all the other stories?
ଯୀଶୁ ପୁଣି, ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ?
14 The sower sows the word.
ବୁଣାଳୀ ବାକ୍ୟ ବୁଣେ।
15 The seeds on the path where the word is sown illustrate those who hear the message, but then Satan immediately comes along and takes away the word that's been sown in them.
ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
16 Likewise the seeds on the rocky ground illustrate those who hear the word, and happily accept it right away.
ସେହିପରି ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି,
17 But since they have no real roots, they only last for a while until trouble or persecution comes, and then they quickly fall away.
କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।
18 Those sown among the thorns illustrate those who hear the word,
ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି, ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପିପକାଏ ଓ ତାହା ଫଳହୀନ ହୁଏ,
19 but worries of this world, the temptation of wealth, and other distractions choke the growth of the word, and it becomes unproductive. (aiōn g165)
ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ। (aiōn g165)
20 But the seeds sown on good soil illustrate those who hear the word, accept it, and are productive—producing thirty, sixty, and hundred times what was originally sown.
ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”
21 Who puts a lamp under a bucket, or beneath a bed?” Jesus asked them. “No, you put a lamp up on a lamp-stand.
ପୁନଶ୍ଚ ସେ ସେମାନଙ୍କୁ କହିଲେ, “ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ?
22 Everything that is hidden will be revealed, and everything that is secret will be brought out into the open.
କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି।
23 If you have ears to hear, listen to what I'm saying!
ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”
24 Pay attention to what you're hearing,” he told them, “for you will be given according to how much you want to receive, measure for measure.
ଯୀଶୁ ପୁଣି, ସେମାନଙ୍କୁ କହିଲେ, “କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ।
25 More will be given to those who already have understanding, but those who don't want to know will have what little understanding they have taken from them.
କାରଣ ଯାହାର ଅଛି, ତାହାକୁ ଦିଆଯିବ; ଆଉ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ସୁଦ୍ଧା ତାହାଠାରୁ ନିଆଯିବ।”
26 God's kingdom is like a man sowing seed in the ground,” Jesus said.
ଆହୁରି ସେ କହିଲେ, “ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ;
27 “He goes to bed and gets up, day after day, but the man has no knowledge of how the seeds sprout and grow.
ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ।
28 The earth produces a harvest by itself. First a shoot appears, then the heads of grain, and then the heads of grain ripen.
ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶସ୍ୟର ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ।
29 When the grain is ripe, the farmer reaps it with a sickle, because the harvest is ready.
କିନ୍ତୁ ଶସ୍ୟ ପାଚିଲାକ୍ଷଣି ଫସଲ ସମୟ ଉପସ୍ଥିତ ହେବାରୁ ସେ ଦାଆ ଲଗାଏ।”
30 What can we compare God's kingdom to? What illustration shall we use?” he asked.
ଯୀଶୁ ପୁଣି, କହିଲେ, “ଆମ୍ଭେମାନେ କାହା ସାଙ୍ଗରେ ଈଶ୍ବରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା?
31 “It's like a mustard seed, the tiniest seed of all.
ତାହା ଗୋଟିଏ ସୋରିଷ ଦାନା ପରି; ଭୂମିରେ ବୁଣାଯିବା ସମୟରେ ତାହା ପୃଥିବୀର ସମସ୍ତ ବୀଜଠାରୁ କ୍ଷୁଦ୍ର,
32 But when it's sown it grows into a plant that's larger than other plants. It has branches big enough that birds can roost in its shade.”
ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାକଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରିପାରନ୍ତି।”
33 Jesus used many of these illustrated stories when he spoke to the people so they would understand as much as they could.
ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,
34 In fact, when he spoke publicly, he only used stories; however in private he explained everything to his disciples.
ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ।
35 Later that day, in the evening, he said to his disciples, “Let's go across to the other side of the Sea.”
ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆରପାରିକୁ ଯିବା।”
36 Leaving the crowd behind, the disciples went with Jesus and got into a boat. Other boats went with them.
ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା।
37 Soon a terrible storm started blowing, and waves crashed against the boat, filling it with water.
ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା।
38 Jesus was asleep in the stern, resting his head on a cushion. The disciples woke him up, shouting at him, “Teacher, don't you care that we're about to drown?”
ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ?
39 Jesus woke up. He told the wind to die down and told the waves, “Be quiet! Be still.” The wind stopped, and the water became completely calm.
ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, “ତୁନି ହ, ଚୁପ୍ କର୍।” ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା।
40 “Why are you so frightened? Haven't you learned to trust me?” he asked them.
ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ?”
41 They were stunned and terrified. They asked each other, “Who is this? Even the wind and the waves obey him!”
ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?

< Mark 4 >