< Jeremiah 14 >

1 The word of the LORD that came to Jeremiah concerning the dearth.
ଅନାବୃଷ୍ଟି ବିଷୟରେ ଯିରିମୀୟଙ୍କ ନିକଟରେ ଉପସ୍ଥିତ ସଦାପ୍ରଭୁଙ୍କର ବାକ୍ୟ।
2 Judah mourns, and the gates thereof languish; they are black unto the ground; and the cry of Jerusalem is gone up.
“ଯିହୁଦା ଶୋକ କରୁଅଛି ଓ ତହିଁର ନଗରଦ୍ୱାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି।
3 And their nobles have sent their little ones to the waters: they came to the pits, and found no water; they returned with their vessels empty; they were ashamed and confounded, and covered their heads.
ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।
4 Because the ground is cracked, for there was no rain in the earth, the plowmen were ashamed, they covered their heads.
ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।
5 Yea, the hind also calved in the field, and forsook it, because there was no grass.
ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ।
6 And the wild asses did stand in the high places, they snuffed up the wind like dragons; their eyes did fail, because there was no grass.
ପୁଣି, ବନ୍ୟ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ।”
7 O LORD, though our iniquities testify against us, do you it for your name's sake: for our backslidings are many; we have sinned against you.
“ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
8 O the hope of Israel, the saviour thereof in time of trouble, why should you be as a stranger in the land, and as a travelling man that turns aside to tarry for a night?
ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?
9 Why should you be as a man astonished, as a mighty man that cannot save? yet you, O LORD, are in the midst of us, and we are called by your name; leave us not.
ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”
10 Thus says the LORD unto this people, Thus have they loved to wander, they have not refrained their feet, therefore the LORD does not accept them; he will now remember their iniquity, and visit their sins.
ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”
11 Then said the LORD unto me, Pray not for this people for their good.
ଆହୁରି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ।
12 When they fast, I will not hear their cry; and when they offer burnt offering and an oblation, I will not accept them: but I will consume them by the sword, and by the famine, and by the pestilence.
ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”
13 Then said I, Ah, Lord GOD! behold, the prophets say unto them, All of you shall not see the sword, neither shall all of you have famine; but I will give you assured peace in this place.
ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ! ଦେଖ, ‘ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍‍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।’”
14 Then the LORD said unto me, The prophets prophesy lies in my name: I sent them not, neither have I commanded them, neither spoke unto them: they prophesy unto you a false vision and divination, and a thing of nothing, and the deceit of their heart.
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।
15 Therefore thus says the LORD concerning the prophets that prophesy in my name, and I sent them not, yet they say, Sword and famine shall not be in this land; By sword and famine shall those prophets be consumed.
ଏହେତୁ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍‍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।
16 And the people to whom they prophesy shall be cast out in the streets of Jerusalem because of the famine and the sword; and they shall have none to bury them, them, their wives, nor their sons, nor their daughters: for I will pour their wickedness upon them.
ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।
17 Therefore you shall say this word unto them; Let mine eyes run down with tears night and day, and let them not cease: for the virgin daughter of my people is broken with a great breach, with a very grievous blow.
ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।
18 If I go forth into the field, then behold the slain with the sword! and if I enter into the city, then behold them that are sick with famine! yea, both the prophet and the priest go about into a land that they know not.
ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’”
19 Have you utterly rejected Judah? has your soul loathed Zion? why have you smitten us, and there is no healing for us? we looked for peace, and there is no good; and for the time of healing, and behold trouble!
ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
20 We acknowledge, O LORD, our wickedness, and the iniquity of our fathers: for we have sinned against you.
ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
21 Do not detest us, for your name's sake, do not disgrace the throne of your glory: remember, break not your covenant with us.
ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ।
22 Are there any among the vanities of the Gentiles that can cause rain? or can the heavens give showers? are not you he, O LORD our God? therefore we will wait upon you: for you have made all these things.
ଅନ୍ୟଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରିପାରେ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।

< Jeremiah 14 >