< Isaiah 34 >

1 Come near ye nations to hear, And, ye races, attend, —Let the earth hear, and the fulness thereof, The world and all things produced therefrom:
ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନସକଳ ପଦାର୍ଥ ଶ୍ରବଣ କରୁ।
2 That Yahweh hath wrath against all the nations, and indignation against all their host, —He hath devoted them to destruction He hath delivered them to slaughter;
କାରଣ ଦେଶୀୟ ସମସ୍ତଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କର କ୍ରୋଧ ଓ ସେମାନଙ୍କର ସମସ୍ତ ସୈନ୍ୟସାମନ୍ତର ପ୍ରତିକୂଳରେ ତାହାଙ୍କର ପ୍ରଚଣ୍ଡ କୋପ ଅଛି; ସେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ସେ ସେମାନଙ୍କୁ ହତ ହେବା ନିମନ୍ତେ ସମର୍ପଣ କରିଅଛନ୍ତି।
3 And their slain shall be cast out, And their carcases, the stench of them shall ascend, —And, the mountains, shall melt away with their blood.
ସେମାନଙ୍କର ହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ, ସେମାନଙ୍କ ଶବରୁ ଦୁର୍ଗନ୍ଧ ଉଠିବ ଓ ସେମାନଙ୍କ ରକ୍ତରେ ପର୍ବତମାନ ତରଳି ଯିବ।
4 Then shall be dissolved all the host of the heavens, And the heavens shall roll up as a scroll, —Yea, all their host, shall fade—Like the fading and falling of a leaf from a vine, and Like what fadeth and falleth from a fig-tree.
ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ।
5 For my sword hath been sated in the heavens, —Lo! upon Edom, shall it descend, Even on the people whom I have devoted to justice.
କାରଣ ଆମ୍ଭର ଖଡ୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ।
6 A sword, hath Yahweh—Glutted with blood Sated with fat, —With the blood of well-fed lambs and he-goats, With the fat of the kidneys of rams, —For, a sacrifice, hath Yahweh in Bozrah, Yea a great slaughter in the land of Edom;
ସଦାପ୍ରଭୁଙ୍କ ଖଡ୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ।
7 Then shall buffaloes come down with them, And bullocks with bulls, —So shall their land be soaked with blood, And, their dust, with fat, shall be enriched.
ପୁଣି, ସେମାନଙ୍କ ସଙ୍ଗେ ବନ୍ୟଗୋରୁ, ବୃଷଭ ସଙ୍ଗେ ଯୁବା ବୃଷ ଆସିବେ; ତହିଁରେ ସେମାନଙ୍କ ଦେଶ ରକ୍ତରେ ମତ୍ତ ଓ ସେମାନଙ୍କ ଧୂଳି ମେଦରେ ପୁଷ୍ଟ ହେବ।
8 For a day of avenging, hath Yahweh, —A year of requitals for the quarrel of Zion.
କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।
9 Then shall the torrents thereof be turned into pitch, And the dust thereof, into brimstone, —So shall her land become burning pitch:
ପୁଣି, ତହିଁର ସ୍ରୋତସବୁ ଝୁଣାରେ, ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ୱଳିତ ଝୁଣା ହେବ।
10 Neither night nor day, shall it be quenched, To times age-abiding, shall ascend the smoke thereof, —From generation to generation, shall it be waste, Never, never, shall any pass through it:
ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତକାଳ ତାହାର ମଧ୍ୟଦେଇ କେହି ଗମନ କରିବ ନାହିଁ।
11 That the vomiting pelican and the bittern may possess it: And the great owl and the raven, dwell therein; Then will he stretch out over it The line of desolation, and The plummet of emptiness.
ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରା କାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ।
12 Her nobles (but none, are, there)! unto royalty, will call, —All, all her princes, shall become nought.
ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ; ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ।
13 Then shall come up, in her palaces thorns Nettles and thistles in her fortresses, —And she shall become A home for wild dogs, An enclosure for ostriches;
ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି, କଣ୍ଟକଲତା ବଢ଼ିବ, ତାହା ଶୃଗାଳଗଣର ବାସସ୍ଥାନ ଓ ଓଟପକ୍ଷୀଗଣର ଚରାସ୍ଥାନ ହେବ।
14 Then shall criers meet with howlers, And, the shaggy creature, unto his fellow, shall call, —Only, there, shall, the night-spectre, Make her settlement, And find for herself a place of rest:
ପୁଣି, ସେଠାରେ ବନ୍ୟ ପଶୁଗଣ କେନ୍ଦୁଆମାନଙ୍କ ସଙ୍ଗେ ମିଳିବେ ଓ ଛାଗ ଦେବତା ଆପଣା ସଙ୍ଗୀକୁ ଡାକିବ; ଆହୁରି, ନିଶାଚର ସେଠାରେ ବାସ କରି ବିଶ୍ରାମ-ସ୍ଥାନ ପାଇବ।
15 There, shall, the arrow-snake, Make her nest and lay, And hatch and gather under her shadow, —Only, there, shall be gathered the falcons, every one with her mate.
ସେହି ସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ବ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ।
16 Seek ye out of the scroll of Yahweh, and read, Not, one from among them, is lacking, None, hath missed, her mate, —For, a mouth, hath, itself commanded, And, his spirit, hath itself gathered them:
ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋʼ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି।
17 Yea he himself, hath cast for them a lot, And his own hand, hath given to them a portion by line, —Unto times age-abiding, shall they possess it, To generation after generation, shall they dwell therein.
ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦାକାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।

< Isaiah 34 >