< Michée 7 >

1 Malheureux! je suis comme quand les fruits sont cueillis, que l'on grappille après la vendange! Point de raisin à manger, de ces figues hâtives que désire mon âme.
ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ବିରି ଫଳ ଲାଳସା କରେ।
2 Les bons sont disparus du pays; parmi les hommes plus de gens de bien! ils épient tous le sang à verser; chacun cherche à prendre son frère au piège.
ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।
3 Pour le mal on a des mains pour le bien faire; le magistrat demande et le juge est vénal, et le grand exprime le désir de son âme, et eux prévariquent.
ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
4 Le meilleur d'entre eux est comme un buisson d'épines, le plus droit pire qu'une haie. Le jour de tes sentinelles, ton châtiment viendra; alors ils seront dans la perplexité.
ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।
5 Ne vous fiez pas à l'ami, ne comptez pas sur l'intime, contre la femme couchée dans ton sein garde les portes de ta bouche.
ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର।
6 Car le fils méprise son père, la fille s'insurge contre sa mère, la bru contre sa belle-mère; l'homme a pour ennemis les gens de sa maison.
କାରଣ ପୁତ୍ର ପିତାକୁ ଅମାନ୍ୟ କରେ, କନ୍ୟା ଆପଣା ମାତାର ବିରୁଦ୍ଧରେ, ପୁତ୍ରବଧୂ ଆପଣା ଶାଶୁର ବିରୁଦ୍ଧରେ ଉଠେ; ଆପଣା ପରିବାରର ଲୋକେ ମନୁଷ୍ୟର ଶତ୍ରୁ ହୁଅନ୍ତି।
7 « Mais moi de mes yeux je cherche l'Éternel, j'attends mon Dieu sauveur; mon Dieu m'entendra.
ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋʼ ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋʼ ପରମେଶ୍ୱର ମୋର କଥା ଶୁଣିବେ।
8 Ne te réjouis pas, mon ennemie, à mon sujet! Si je suis tombée, je me relèverai; si je suis assise dans les ténèbres, l'Éternel sera ma lumière.
ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତି ସ୍ୱରୂପ ହେବେ।
9 Je me soumets au courroux de l'Éternel, parce que j'ai péché contre lui, jusqu'à ce qu'il soutienne ma querelle, et défende ma cause, et me produise à la lumière, et que sa justice réjouisse mes regards.
ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋʼ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।
10 Et mon ennemie le verra, et la honte couvrira celle qui me disait: Où est l'Éternel, ton Dieu? Elle réjouira mes regards; alors elle sera foulée comme la boue dés rues. »
ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।
11 Le jour de la restauration de tes murs, ce jour-là tes limites seront reculées.
ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ।
12 C'est le jour où vers toi on accourra, de l'Assyrie aux villes d'Egypte, et de l'Egypte au fleuve, de la mer à la mer, et des montagnes aux montagnes.
ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ।
13 Et la terre sera ravagée à cause de ses habitants, à cause des fruits de leurs œuvres.
ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ୱରୂପେ ଦେଶ ଧ୍ୱଂସସ୍ଥାନ ହେବ।
14 « Fais paître ton peuple avec ta houlette, le troupeau qui t'appartient et doit habiter solitaire, dans la forêt au milieu du Carmel. Qu'ils paissent en Basan et Galaad, comme aux jours d'autrefois. »
ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍‍, ଏକାକୀ ବାସକାରୀ ଆପଣା ପୈତୃକ ଅଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବକାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।
15 « Comme aux jours de ta sortie du pays d'Egypte je te ferai voir des merveilles! »
ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ ଆମ୍ଭେ ତାହାକୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖାଇବା।
16 Les peuples le verront et auront honte de toute leur puissance, ils mettront la main sur la bouche, leurs oreilles seront assourdies.
ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ।
17 Ils mordront la poussière comme le serpent, comme les reptiles de la terre; ils quitteront éperdus leurs forts; à l'Éternel notre Dieu ils viendront tout tremblants, et seront craintifs devant toi.
ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ।
18 Qui est un Dieu, comme toi, pardonnant le crime et passant le péché au reste de ton héritage? Il ne garde pas sa colère à jamais, car Il se plaît à la clémence.
ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
19 De nouveau Il prendra pitié de nous, Il mettra nos crimes sous ses pieds, et Tu jetteras au fond de la mer tous nos péchés.
ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।
20 Tu montreras à Jacob ta fidélité, et à Abraham la grâce que tu as jurée à nos pères dès les jours d'autrefois.
ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।

< Michée 7 >