< שְׁמֹות 7 >

וַיֹּ֤אמֶר יְהוָה֙ אֶל־מֹשֶׁ֔ה רְאֵ֛ה נְתַתִּ֥יךָ אֱלֹהִ֖ים לְפַרְעֹ֑ה וְאַהֲרֹ֥ן אָחִ֖יךָ יִהְיֶ֥ה נְבִיאֶֽךָ׃ 1
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍‍ବକ୍ତା ହେବ।
אַתָּ֣ה תְדַבֵּ֔ר אֵ֖ת כָּל־אֲשֶׁ֣ר אֲצַוֶּ֑ךָּ וְאַהֲרֹ֤ן אָחִ֙יךָ֙ יְדַבֵּ֣ר אֶל־פַּרְעֹ֔ה וְשִׁלַּ֥ח אֶת־בְּנֵֽי־יִשְׂרָאֵ֖ל מֵאַרְצֹֽו׃ 2
ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହାସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ।
וַאֲנִ֥י אַקְשֶׁ֖ה אֶת־לֵ֣ב פַּרְעֹ֑ה וְהִרְבֵּיתִ֧י אֶת־אֹתֹתַ֛י וְאֶת־מֹופְתַ֖י בְּאֶ֥רֶץ מִצְרָֽיִם׃ 3
ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା।
וְלֹֽא־יִשְׁמַ֤ע אֲלֵכֶם֙ פַּרְעֹ֔ה וְנָתַתִּ֥י אֶת־יָדִ֖י בְּמִצְרָ֑יִם וְהֹוצֵאתִ֨י אֶת־צִבְאֹתַ֜י אֶת־עַמִּ֤י בְנֵֽי־יִשְׂרָאֵל֙ מֵאֶ֣רֶץ מִצְרַ֔יִם בִּשְׁפָטִ֖ים גְּדֹלִֽים׃ 4
ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା।
וְיָדְע֤וּ מִצְרַ֙יִם֙ כִּֽי־אֲנִ֣י יְהוָ֔ה בִּנְטֹתִ֥י אֶת־יָדִ֖י עַל־מִצְרָ֑יִם וְהֹוצֵאתִ֥י אֶת־בְּנֵֽי־יִשְׂרָאֵ֖ל מִתֹּוכָֽם׃ 5
ପୁଣି, ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କ ମଧ୍ୟରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।”
וַיַּ֥עַשׂ מֹשֶׁ֖ה וְאַהֲרֹ֑ן כַּאֲשֶׁ֨ר צִוָּ֧ה יְהוָ֛ה אֹתָ֖ם כֵּ֥ן עָשֽׂוּ׃ 6
ଏଥିଉତ୍ତାରେ ମୋଶା ଓ ହାରୋଣ ସେହିରୂପ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ କର୍ମ କଲେ।
וּמֹשֶׁה֙ בֶּן־שְׁמֹנִ֣ים שָׁנָ֔ה וְאֽ͏ַהֲרֹ֔ן בֶּן־שָׁלֹ֥שׁ וּשְׁמֹנִ֖ים שָׁנָ֑ה בְּדַבְּרָ֖ם אֶל־פַּרְעֹֽה׃ פ 7
ଫାରୋଙ୍କ ସଙ୍ଗରେ କଥୋପକଥନ କରିବା ବେଳେ ମୋଶାଙ୍କୁ ଅଶୀ ଓ ହାରୋଣଙ୍କୁ ତେୟାଅଶୀ ବର୍ଷ ହୋଇଥିଲା।
וַיֹּ֣אמֶר יְהוָ֔ה אֶל־מֹשֶׁ֥ה וְאֶֽל־אַהֲרֹ֖ן לֵאמֹֽר׃ 8
ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
כִּי֩ יְדַבֵּ֨ר אֲלֵכֶ֤ם פַּרְעֹה֙ לֵאמֹ֔ר תְּנ֥וּ לָכֶ֖ם מֹופֵ֑ת וְאָמַרְתָּ֣ אֶֽל־אַהֲרֹ֗ן קַ֧ח אֶֽת־מַטְּךָ֛ וְהַשְׁלֵ֥ךְ לִפְנֵֽי־פַרְעֹ֖ה יְהִ֥י לְתַנִּֽין׃ 9
“ତୁମ୍ଭେମାନେ ଆପଣାମାନଙ୍କ ପାଇଁ ‘କୌଣସି ଚିହ୍ନ ଦେଖାଅ’ ବୋଲି ଯଦି ଫାରୋ ତୁମ୍ଭମାନଙ୍କୁ କହିବ, ତେବେ ତୁମ୍ଭେ ହାରୋଣକୁ କହିବ, ‘ତୁମ୍ଭର ଯଷ୍ଟି ନେଇ ଫାରୋ ଅଗ୍ରତେ ତଳେ ପକାଅ; ତହିଁରେ ସେହି ଯଷ୍ଟି ସର୍ପ ହେବ।’”
וַיָּבֹ֨א מֹשֶׁ֤ה וְאַהֲרֹן֙ אֶל־פַּרְעֹ֔ה וַיַּ֣עַשׂוּ כֵ֔ן כַּאֲשֶׁ֖ר צִוָּ֣ה יְהוָ֑ה וַיַּשְׁלֵ֨ךְ אַהֲרֹ֜ן אֶת־מַטֵּ֗הוּ לִפְנֵ֥י פַרְעֹ֛ה וְלִפְנֵ֥י עֲבָדָ֖יו וַיְהִ֥י לְתַנִּֽין׃ 10
ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା।
וַיִּקְרָא֙ גַּם־פַּרְעֹ֔ה לֽ͏ַחֲכָמִ֖ים וְלַֽמְכַשְּׁפִ֑ים וַיַּֽעֲשׂ֨וּ גַם־הֵ֜ם חַרְטֻמֵּ֥י מִצְרַ֛יִם בְּלַהֲטֵיהֶ֖ם כֵּֽן׃ 11
ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ।
וַיַּשְׁלִ֙יכוּ֙ אִ֣ישׁ מַטֵּ֔הוּ וַיִּהְי֖וּ לְתַנִּינִ֑ם וַיִּבְלַ֥ע מַטֵּֽה־אַהֲרֹ֖ן אֶת־מַטֹּתָֽם׃ 12
ଅର୍ଥାତ୍‍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା।
וַיֶּחֱזַק֙ לֵ֣ב פַּרְעֹ֔ה וְלֹ֥א שָׁמַ֖ע אֲלֵהֶ֑ם כַּאֲשֶׁ֖ר דִּבֶּ֥ר יְהוָֽה׃ פ 13
ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
וַיֹּ֤אמֶר יְהוָה֙ אֶל־מֹשֶׁ֔ה כָּבֵ֖ד לֵ֣ב פַּרְעֹ֑ה מֵאֵ֖ן לְשַׁלַּ֥ח הָעָֽם׃ 14
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋର ହୃଦୟ କଠିନ ହୋଇଅଛି, ସେ ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କରୁଅଛି।
לֵ֣ךְ אֶל־פַּרְעֹ֞ה בַּבֹּ֗קֶר הִנֵּה֙ יֹצֵ֣א הַמַּ֔יְמָה וְנִצַּבְתָּ֥ לִקְרָאתֹ֖ו עַל־שְׂפַ֣ת הַיְאֹ֑ר וְהַמַּטֶּ֛ה אֲשֶׁר־נֶהְפַּ֥ךְ לְנָחָ֖שׁ תִּקַּ֥ח בְּיָדֶֽךָ׃ 15
ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନୀଳ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ।
וְאָמַרְתָּ֣ אֵלָ֗יו יְהוָ֞ה אֱלֹהֵ֤י הָעִבְרִים֙ שְׁלָחַ֤נִי אֵלֶ֙יךָ֙ לֵאמֹ֔ר שַׁלַּח֙ אֶת־עַמִּ֔י וְיַֽעַבְדֻ֖נִי בַּמִּדְבָּ֑ר וְהִנֵּ֥ה לֹא־שָׁמַ֖עְתָּ עַד־כֹּֽה׃ 16
ପୁଣି, ଫାରୋକୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ିଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ।
כֹּ֚ה אָמַ֣ר יְהוָ֔ה בְּזֹ֣את תֵּדַ֔ע כִּ֖י אֲנִ֣י יְהוָ֑ה הִנֵּ֨ה אָנֹכִ֜י מַכֶּ֣ה ׀ בַּמַּטֶּ֣ה אֲשֶׁר־בְּיָדִ֗י עַל־הַמַּ֛יִם אֲשֶׁ֥ר בַּיְאֹ֖ר וְנֶהֶפְכ֥וּ לְדָֽם׃ 17
ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ୱାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ୱାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ।
וְהַדָּגָ֧ה אֲשֶׁר־בַּיְאֹ֛ר תָּמ֖וּת וּבָאַ֣שׁ הַיְאֹ֑ר וְנִלְא֣וּ מִצְרַ֔יִם לִשְׁתֹּ֥ות מַ֖יִם מִן־הַיְאֹֽר׃ ס 18
ପୁଣି, ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସରୀୟ ଲୋକମାନେ ନଦୀର ଜଳ ପାନ କରିବାକୁ ଘୃଣା କରିବେ।’”
וַיֹּ֨אמֶר יְהוָ֜ה אֶל־מֹשֶׁ֗ה אֱמֹ֣ר אֶֽל־אַהֲרֹ֡ן קַ֣ח מַטְּךָ֣ וּנְטֵֽה־יָדְךָ֩ עַל־מֵימֵ֨י מִצְרַ֜יִם עַֽל־נַהֲרֹתָ֣ם ׀ עַל־יְאֹרֵיהֶ֣ם וְעַל־אַגְמֵיהֶ֗ם וְעַ֛ל כָּל־מִקְוֵ֥ה מֵימֵיהֶ֖ם וְיִֽהְיוּ־דָ֑ם וְהָ֤יָה דָם֙ בְּכָל־אֶ֣רֶץ מִצְרַ֔יִם וּבָעֵצִ֖ים וּבָאֲבָנִֽים׃ 19
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ ଏହି କଥା କୁହ, ‘ତୁମ୍ଭେ ଆପଣା ଯଷ୍ଟି ଘେନି ମିସର ଦେଶୀୟ ଜଳ ଉପରେ, ଅର୍ଥାତ୍‍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି, ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ।’”
וַיַּֽעֲשׂוּ־כֵן֩ מֹשֶׁ֨ה וְאַהֲרֹ֜ן כַּאֲשֶׁ֣ר ׀ צִוָּ֣ה יְהוָ֗ה וַיָּ֤רֶם בַּמַּטֶּה֙ וַיַּ֤ךְ אֶת־הַמַּ֙יִם֙ אֲשֶׁ֣ר בַּיְאֹ֔ר לְעֵינֵ֣י פַרְעֹ֔ה וּלְעֵינֵ֖י עֲבָדָ֑יו וַיֵּהָֽפְכ֛וּ כָּל־הַמַּ֥יִם אֲשֶׁר־בַּיְאֹ֖ר לְדָֽם׃ 20
ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀର ଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀର ଜଳ ରକ୍ତ ହୋଇଗଲା।
וְהַדָּגָ֨ה אֲשֶׁר־בַּיְאֹ֥ר מֵ֙תָה֙ וַיִּבְאַ֣שׁ הַיְאֹ֔ר וְלֹא־יָכְל֣וּ מִצְרַ֔יִם לִשְׁתֹּ֥ות מַ֖יִם מִן־הַיְאֹ֑ר וַיְהִ֥י הַדָּ֖ם בְּכָל־אֶ֥רֶץ מִצְרָֽיִם׃ 21
ପୁଣି, ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସରୀୟମାନେ ନଦୀର ଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା।
וַיַּֽעֲשׂוּ־כֵ֛ן חַרְטֻמֵּ֥י מִצְרַ֖יִם בְּלָטֵיהֶ֑ם וַיֶּחֱזַ֤ק לֵב־פַּרְעֹה֙ וְלֹא־שָׁמַ֣ע אֲלֵהֶ֔ם כַּאֲשֶׁ֖ר דִּבֶּ֥ר יְהוָֽה׃ 22
ସେତେବେଳେ ମିସରୀୟ ମନ୍ତ୍ରଜ୍ଞମାନେ ହେଁ ଆପଣାମାନଙ୍କ ମାୟାରେ ସେହିପରି କଲେ; ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
וַיִּ֣פֶן פַּרְעֹ֔ה וַיָּבֹ֖א אֶל־בֵּיתֹ֑ו וְלֹא־שָׁ֥ת לִבֹּ֖ו גַּם־לָזֹֽאת׃ 23
ଏଥିଉତ୍ତାରେ ଫାରୋ ମୁଖ ଫେରାଇ ଆପଣା ଗୃହକୁ ଗଲେ, ଏଥିରେ ଆପଣା ମନ ଦେଲେ ନାହିଁ।
וַיַּחְפְּר֧וּ כָל־מִצְרַ֛יִם סְבִיבֹ֥ת הַיְאֹ֖ר מַ֣יִם לִשְׁתֹּ֑ות כִּ֣י לֹ֤א יָֽכְלוּ֙ לִשְׁתֹּ֔ת מִמֵּימֵ֖י הַיְאֹֽר׃ 24
ପୁଣି, ସମସ୍ତ ମିସରୀୟ ଲୋକେ ନଦୀର ଜଳ ପାନ କରି ନ ପାରିବାରୁ ପିଇବା ଜଳ ନିମନ୍ତେ ନଦୀର ଚାରିଆଡ଼େ ଖୋଳିଲେ।
וַיִּמָּלֵ֖א שִׁבְעַ֣ת יָמִ֑ים אַחֲרֵ֥י הַכֹּות־יְהוָ֖ה אֶת־הַיְאֹֽר׃ פ 25
ସଦାପ୍ରଭୁ ନଦୀକୁ ଆଘାତ କଲା ଉତ୍ତାରେ ସାତ ଦିନ ସମ୍ପୂର୍ଣ୍ଣ ହେଲା।

< שְׁמֹות 7 >