< יְשַׁעְיָהוּ 21 >

מַשָּׂ֖א מִדְבַּר־יָ֑ם כְּסוּפֹ֤ות בַּנֶּ֙גֶב֙ לַֽחֲלֹ֔ף מִמִּדְבָּ֣ר בָּ֔א מֵאֶ֖רֶץ נֹורָאָֽה׃ 1
ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି।
חָז֥וּת קָשָׁ֖ה הֻגַּד־לִ֑י הַבֹּוגֵ֤ד ׀ בֹּוגֵד֙ וְהַשֹּׁודֵ֣ד ׀ שֹׁודֵ֔ד עֲלִ֤י עֵילָם֙ צוּרִ֣י מָדַ֔י כָּל־אַנְחָתָ֖ה הִשְׁבַּֽתִּי׃ 2
ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍‍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।
עַל־כֵּ֗ן מָלְא֤וּ מָתְנַי֙ חַלְחָלָ֔ה צִירִ֣ים אֲחָז֔וּנִי כְּצִירֵ֖י יֹֽולֵדָ֑ה נַעֲוֵ֣יתִי מִשְּׁמֹ֔עַ נִבְהַ֖לְתִּי מֵרְאֹֽות׃ 3
ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।
תָּעָ֣ה לְבָבִ֔י פַּלָּצ֖וּת בִּֽעֲתָ֑תְנִי אֵ֚ת נֶ֣שֶׁף חִשְׁקִ֔י שָׂ֥ם לִ֖י לַחֲרָדָֽה׃ 4
ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି।
עָרֹ֧ךְ הַשֻּׁלְחָ֛ן צָפֹ֥ה הַצָּפִ֖ית אָכֹ֣ול שָׁתֹ֑ה ק֥וּמוּ הַשָּׂרִ֖ים מִשְׁח֥וּ מָגֵֽן׃ פ 5
ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର।
כִּ֣י כֹ֥ה אָמַ֛ר אֵלַ֖י אֲדֹנָ֑י לֵ֚ךְ הַעֲמֵ֣ד הַֽמְצַפֶּ֔ה אֲשֶׁ֥ר יִרְאֶ֖ה יַגִּֽיד׃ 6
କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, “ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;
וְרָ֣אָה רֶ֗כֶב צֶ֚מֶד פָּֽרָשִׁ֔ים רֶ֥כֶב חֲמֹ֖ור רֶ֣כֶב גָּמָ֑ל וְהִקְשִׁ֥יב קֶ֖שֶׁב רַב־קָֽשֶׁב׃ 7
ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।”
וַיִּקְרָ֖א אַרְיֵ֑ה עַל־מִצְפֶּ֣ה ׀ אֲדֹנָ֗י אָנֹכִ֞י עֹמֵ֤ד תָּמִיד֙ יֹומָ֔ם וְעַל־מִ֨שְׁמַרְתִּ֔י אָנֹכִ֥י נִצָּ֖ב כָּל־הַלֵּילֹֽות׃ 8
ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନ ବେଳେ ନିରନ୍ତର ପ୍ରହରୀ-ଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,
וְהִנֵּה־זֶ֥ה בָא֙ רֶ֣כֶב אִ֔ישׁ צֶ֖מֶד פָּֽרָשִׁ֑ים וַיַּ֣עַן וַיֹּ֗אמֶר נָפְלָ֤ה נָֽפְלָה֙ בָּבֶ֔ל וְכָל־פְּסִילֵ֥י אֱלֹהֶ֖יהָ שִׁבַּ֥ר לָאָֽרֶץ׃ 9
ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି।” ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍‍ ହେଲା।”
מְדֻשָׁתִ֖י וּבֶן־גָּרְנִ֑י אֲשֶׁ֣ר שָׁמַ֗עְתִּי מֵאֵ֨ת יְהוָ֧ה צְבָאֹ֛ות אֱלֹהֵ֥י יִשְׂרָאֵ֖ל הִגַּ֥דְתִּי לָכֶֽם׃ ס 10
ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।
מַשָּׂ֖א דּוּמָ֑ה אֵלַי֙ קֹרֵ֣א מִשֵּׂעִ֔יר שֹׁמֵר֙ מַה־מִלַּ֔יְלָה שֹׁמֵ֖ר מַה־מִלֵּֽיל׃ 11
ଦୂମା ବିଷୟକ ଭାବବାଣୀ। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, “ପ୍ରହରୀ, କେତେ ରାତ୍ର ହେଲା? ପ୍ରହରୀ, କେତେ ରାତ୍ର ହେଲା?”
אָמַ֣ר שֹׁמֵ֔ר אָתָ֥ה בֹ֖קֶר וְגַם־לָ֑יְלָה אִם־תִּבְעָי֥וּן בְּעָ֖יוּ שֻׁ֥בוּ אֵתָֽיוּ׃ ס 12
ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।”
מַשָּׂ֖א בַּעְרָ֑ב בַּיַּ֤עַר בַּעְרַב֙ תָּלִ֔ינוּ אֹֽרְחֹ֖ות דְּדָנִֽים׃ 13
ଆରବ ବିଷୟକ ଭାବବାଣୀ। ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରି ଯାପନ କରିବ।
לִקְרַ֥את צָמֵ֖א הֵתָ֣יוּ מָ֑יִם יֹשְׁבֵי֙ אֶ֣רֶץ תֵּימָ֔א בְּלַחְמֹ֖ו קִדְּמ֥וּ נֹדֵֽד׃ 14
ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ତେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ।
כִּֽי־מִפְּנֵ֥י חֲרָבֹ֖ות נָדָ֑דוּ מִפְּנֵ֣י ׀ חֶ֣רֶב נְטוּשָׁ֗ה וּמִפְּנֵי֙ קֶ֣שֶׁת דְּרוּכָ֔ה וּמִפְּנֵ֖י כֹּ֥בֶד מִלְחָמָֽה׃ ס 15
କାରଣ ସେମାନେ ଖଡ୍ଗରୁ, ନିଷ୍କୋଷ ଖଡ୍ଗରୁ, ଗୁଣଦିଆ ଧନୁରୁ ଓ କ୍ଲେଶଜନକ ଯୁଦ୍ଧରୁ ପଳାଇଲେ।
כִּי־כֹ֛ה אָמַ֥ר אֲדֹנָ֖י אֵלָ֑י בְּעֹ֤וד שָׁנָה֙ כִּשְׁנֵ֣י שָׂכִ֔יר וְכָלָ֖ה כָּל־כְּבֹ֥וד קֵדָֽר׃ 16
ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, “ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦାରର ସକଳ ପ୍ରତାପ ଲୁପ୍ତ ହେବ;
וּשְׁאָ֧ר מִסְפַּר־קֶ֛שֶׁת גִּבֹּורֵ֥י בְנֵֽי־קֵדָ֖ר יִמְעָ֑טוּ כִּ֛י יְהוָ֥ה אֱלֹהֵֽי־יִשְׂרָאֵ֖ל דִּבֵּֽר׃ ס 17
ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।”

< יְשַׁעְיָהוּ 21 >