< יְשַׁעְיָהוּ 29 >

הֹ֚וי אֲרִיאֵ֣ל אֲרִיאֵ֔ל קִרְיַ֖ת חָנָ֣ה דָוִ֑ד סְפ֥וּ שָׁנָ֛ה עַל־שָׁנָ֖ה חַגִּ֥ים יִנְקֹֽפוּ׃ 1
ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ;
וַהֲצִיקֹ֖ותִי לַֽאֲרִיאֵ֑ל וְהָיְתָ֤ה תַֽאֲנִיָּה֙ וַֽאֲנִיָּ֔ה וְהָ֥יְתָה לִּ֖י כַּאֲרִיאֵֽל׃ 2
ତେବେ ଆମ୍ଭେ ଅରୀୟେଲ ପ୍ରତି ଦୁଃଖ ଘଟାଇବା, ତହୁଁ ଶୋକ ଓ ବିଳାପ ହେବ ଓ ତାହା ଆମ୍ଭ ପ୍ରତି ଅରୀୟେଲ (ଦାହସ୍ଥାନ) ତୁଲ୍ୟ ହେବ।
וְחָנִ֥יתִי כַדּ֖וּר עָלָ֑יִךְ וְצַרְתִּ֤י עָלַ֙יִךְ֙ מֻצָּ֔ב וַהֲקֽ͏ִימֹתִ֥י עָלַ֖יִךְ מְצֻרֹֽת׃ 3
ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା।
וְשָׁפַלְתְּ֙ מֵאֶ֣רֶץ תְּדַבֵּ֔רִי וּמֵֽעָפָ֖ר תִּשַּׁ֣ח אִמְרָתֵ֑ךְ וְֽ֠הָיָה כְּאֹ֤וב מֵאֶ֙רֶץ֙ קֹולֵ֔ךְ וּמֵעָפָ֖ר אִמְרָתֵ֥ךְ תְּצַפְצֵֽף׃ 4
ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ୱରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍‍ ଫୁସ୍‍ ଶବ୍ଦ ଉଠିବ।
וְהָיָ֛ה כְּאָבָ֥ק דַּ֖ק הֲמֹ֣ון זָרָ֑יִךְ וּכְמֹ֤ץ עֹבֵר֙ הֲמֹ֣ון עָֽרִיצִ֔ים וְהָיָ֖ה לְפֶ֥תַע פִּתְאֹֽם׃ 5
ମାତ୍ର ତୁମ୍ଭ ଶତ୍ରୁଗଣର ଲୋକସମୂହ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକସମୂହ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍‍ ଏହା ଘଟିବ।
מֵעִ֨ם יְהוָ֤ה צְבָאֹות֙ תִּפָּקֵ֔ד בְּרַ֥עַם וּבְרַ֖עַשׁ וְקֹ֣ול גָּדֹ֑ול סוּפָה֙ וּסְעָרָ֔ה וְלַ֖הַב אֵ֥שׁ אֹוכֵלָֽה׃ 6
ସୈନ୍ୟାଧିପତି ସଦାପ୍ରଭୁ ମେଘ ଗର୍ଜ୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।
וְהָיָ֗ה כַּֽחֲלֹום֙ חֲזֹ֣ון לַ֔יְלָה הֲמֹון֙ כָּל־הַגֹּויִ֔ם הַצֹּבְאִ֖ים עַל־אֲרִיאֵ֑ל וְכָל־צֹבֶ֙יהָ֙ וּמְצֹ֣דָתָ֔הּ וְהַמְּצִיקִ֖ים לָֽהּ׃ 7
ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକସମୂହ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍‍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ୱପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ।
וְהָיָ֡ה כַּאֲשֶׁר֩ יַחֲלֹ֨ם הָרָעֵ֜ב וְהִנֵּ֣ה אֹוכֵ֗ל וְהֵקִיץ֮ וְרֵיקָ֣ה נַפְשֹׁו֒ וְכַאֲשֶׁ֨ר יַחֲלֹ֤ם הַצָּמֵא֙ וְהִנֵּ֣ה שֹׁתֶ֔ה וְהֵקִיץ֙ וְהִנֵּ֣ה עָיֵ֔ף וְנַפְשֹׁ֖ו שֹׁוקֵקָ֑ה כֵּ֣ן יִֽהְיֶ֗ה הֲמֹון֙ כָּל־הַגֹּויִ֔ם הַצֹּבְאִ֖ים עַל־הַ֥ר צִיֹּֽון׃ ס 8
ଆଉ, ଯେପରି କ୍ଷୁଧିତ ଲୋକ ସ୍ୱପ୍ନରେ ଭୋଜନ କରୁଅଛି ବୋଲି ଦେଖେ, ମାତ୍ର ଜାଗ୍ରତ ହେଲେ, ତାହାର ପ୍ରାଣ ଶୂନ୍ୟ ଥାଏ; ଅବା ଯେପରି ତୃଷିତ ଲୋକ ଜଳ ପାନ କରୁଅଛି ବୋଲି ସ୍ୱପ୍ନରେ ଦେଖେ, ମାତ୍ର ଜାଗ୍ରତ ହେଲେ ଦେଖ, ସେ ଦୁର୍ବଳ ଥାଏ ଓ ତାହାର ପ୍ରାଣ ତୃଷିତ ଥାଏ, ସିୟୋନ ପର୍ବତର ପ୍ରତିକୂଳରେ ଯୁଦ୍ଧକାରୀ ସର୍ବଗୋଷ୍ଠୀୟ ଲୋକସମୂହ ସେହିପରି ହେବେ।
הִתְמַהְמְה֣וּ וּתְמָ֔הוּ הִשְׁתּֽ͏ַעַשְׁע֖וּ וָשֹׁ֑עוּ שָֽׁכְר֣וּ וְלֹא־יַ֔יִן נָע֖וּ וְלֹ֥א שֵׁכָֽר׃ 9
ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।
כִּֽי־נָסַ֨ךְ עֲלֵיכֶ֤ם יְהוָה֙ ר֣וּחַ תַּרְדֵּמָ֔ה וַיְעַצֵּ֖ם אֶת־עֵֽינֵיכֶ֑ם אֶת־הַנְּבִיאִ֛ים וְאֶת־רָאשֵׁיכֶ֥ם הַחֹזִ֖ים כִּסָּֽה׃ 10
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।
וַתְּהִ֨י לָכֶ֜ם חָז֣וּת הַכֹּ֗ל כְּדִבְרֵי֮ הַסֵּ֣פֶר הֶֽחָתוּם֒ אֲשֶֽׁר־יִתְּנ֣וּ אֹתֹ֗ו אֶל־יֹודֵ֥עַ הַסֵּפֶר (סֵ֛פֶר) לֵאמֹ֖ר קְרָ֣א נָא־זֶ֑ה וְאָמַר֙ לֹ֣א אוּכַ֔ל כִּ֥י חָת֖וּם הֽוּא׃ 11
ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ।”
וְנִתַּ֣ן הַסֵּ֗פֶר עַל֩ אֲשֶׁ֨ר לֹֽא־יָדַ֥ע סֵ֛פֶר לֵאמֹ֖ר קְרָ֣א נָא־זֶ֑ה וְאָמַ֕ר לֹ֥א יָדַ֖עְתִּי סֵֽפֶר׃ ס 12
ଆଉ, ସେହି ପୁସ୍ତକ ଅଶିକ୍ଷିତ ଲୋକକୁ ଦେଇ, ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ମୁଁ ଶିକ୍ଷିତ ଲୋକ ନୁହେଁ।”
וַיֹּ֣אמֶר אֲדֹנָ֗י יַ֚עַן כִּ֤י נִגַּשׁ֙ הָעָ֣ם הַזֶּ֔ה בְּפִ֤יו וּבִשְׂפָתָיו֙ כִּבְּד֔וּנִי וְלִבֹּ֖ו רִחַ֣ק מִמֶּ֑נִּי וַתְּהִ֤י יִרְאָתָם֙ אֹתִ֔י מִצְוַ֥ת אֲנָשִׁ֖ים מְלֻמָּדָֽה׃ 13
ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।
לָכֵ֗ן הִנְנִ֥י יֹוסִ֛ף לְהַפְלִ֥יא אֶת־הָֽעָם־הַזֶּ֖ה הַפְלֵ֣א וָפֶ֑לֶא וְאָֽבְדָה֙ חָכְמַ֣ת חֲכָמָ֔יו וּבִינַ֥ת נְבֹנָ֖יו תִּסְתַּתָּֽר׃ ס 14
ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍‍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟକର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।”
הֹ֛וי הַמַּעֲמִיקִ֥ים מֵֽיהוָ֖ה לַסְתִּ֣ר עֵצָ֑ה וְהָיָ֤ה בְמַחְשָׁךְ֙ מַֽעֲשֵׂיהֶ֔ם וַיֹּ֣אמְר֔וּ מִ֥י רֹאֵ֖נוּ וּמִ֥י יֹודְעֵֽנוּ׃ 15
ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି?”
הַ֨פְכְּכֶ֔ם אִם־כְּחֹ֥מֶר הַיֹּצֵ֖ר יֵֽחָשֵׁ֑ב כִּֽי־יֹאמַ֨ר מַעֲשֶׂ֤ה לְעֹשֵׂ֙הוּ֙ לֹ֣א עָשָׂ֔נִי וְיֵ֛צֶר אָמַ֥ר לְיֹוצְרֹ֖ו לֹ֥א הֵבִֽין׃ 16
ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଉଅଛ! କୁମ୍ଭକାର କି ମାଟିର ତୁଲ୍ୟ ଗଣ୍ୟ ହେବ; “ଏ ବ୍ୟକ୍ତି ଆମ୍ଭକୁ ନିର୍ମାଣ କରି ନାହିଁ,” ନିର୍ମିତ ବସ୍ତୁ କି ନିର୍ମାଣକର୍ତ୍ତା ବିଷୟରେ ଏହା କହିବ? କିମ୍ବା “ତାହାର କିଛି ବୁଦ୍ଧି ନାହିଁ, ଗଢ଼ା ବସ୍ତୁ କି ଗଢ଼ିବା ବ୍ୟକ୍ତି ବିଷୟରେ ଏହା କହିବ?”
הֲלֹוא־עֹוד֙ מְעַ֣ט מִזְעָ֔ר וְשָׁ֥ב לְבָנֹ֖ון לַכַּרְמֶ֑ל וְהַכַּרְמֶ֖ל לַיַּ֥עַר יֵחָשֵֽׁב׃ 17
ଅତି ଅଳ୍ପ କାଳ ଉତ୍ତାରେ ଲିବାନୋନ କି ଫଳବାନ କ୍ଷେତ୍ରରେ ପରିଣତ ହେବ ନାହିଁ ଓ ଫଳବାନ କ୍ଷେତ୍ର କି ଅରଣ୍ୟ ବୋଲି ଗଣ୍ୟ ହେବ ନାହିଁ?
וְשָׁמְע֧וּ בַיֹּום־הַה֛וּא הַחֵרְשִׁ֖ים דִּבְרֵי־סֵ֑פֶר וּמֵאֹ֣פֶל וּמֵחֹ֔שֶׁךְ עֵינֵ֥י עִוְרִ֖ים תִּרְאֶֽינָה׃ 18
ପୁଣି, ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ, ପୁଣି, ତିମିର ଓ ଅନ୍ଧକାର ମଧ୍ୟରୁ ଅନ୍ଧର ଚକ୍ଷୁ ଦେଖିବ।
וְיָסְפ֧וּ עֲנָוִ֛ים בַּֽיהוָ֖ה שִׂמְחָ֑ה וְאֶבְיֹונֵ֣י אָדָ֔ם בִּקְדֹ֥ושׁ יִשְׂרָאֵ֖ל יָגִֽילוּ׃ 19
ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।
כִּֽי־אָפֵ֥ס עָרִ֖יץ וְכָ֣לָה לֵ֑ץ וְנִכְרְת֖וּ כָּל־שֹׁ֥קְדֵי אָֽוֶן׃ 20
କାରଣ ଭୟଙ୍କର ଲୋକ ଅକିଞ୍ଚନା ହୋଇଅଛି, ନିନ୍ଦକ ନିବୃତ୍ତ ହେଉଅଛି ଓ ଯେଉଁମାନେ ଅଧର୍ମ ପାଇଁ ଜଗି ରହନ୍ତି, ସେସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି;
מַחֲטִיאֵ֤י אָדָם֙ בְּדָבָ֔ר וְלַמֹּוכִ֥יחַ בַּשַּׁ֖עַר יְקֹשׁ֑וּן וַיַּטּ֥וּ בַתֹּ֖הוּ צַדִּֽיק׃ ס 21
ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର-ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।
לָכֵ֗ן כֹּֽה־אָמַ֤ר יְהוָה֙ אֶל־בֵּ֣ית יַֽעֲקֹ֔ב אֲשֶׁ֥ר פָּדָ֖ה אֶת־אַבְרָהָ֑ם לֹֽא־עַתָּ֤ה יֵבֹושׁ֙ יַֽעֲקֹ֔ב וְלֹ֥א עַתָּ֖ה פָּנָ֥יו יֶחֱוָֽרוּ׃ 22
ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି; “ଯାକୁବ ଏବେ ଲଜ୍ଜିତ ହେବ ନାହିଁ, କିଅବା ତାହାର ମୁଖ ମଳିନ ହେବ ନାହିଁ।
כִּ֣י בִ֠רְאֹתֹו יְלָדָ֞יו מַעֲשֵׂ֥ה יָדַ֛י בְּקִרְבֹּ֖ו יַקְדִּ֣ישֽׁוּ שְׁמִ֑י וְהִקְדִּ֙ישׁוּ֙ אֶת־קְדֹ֣ושׁ יַֽעֲקֹ֔ב וְאֶת־אֱלֹהֵ֥י יִשְׂרָאֵ֖ל יַעֲרִֽיצוּ׃ 23
ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ।
וְיָדְע֥וּ תֹֽעֵי־ר֖וּחַ בִּינָ֑ה וְרֹוגְנִ֖ים יִלְמְדוּ־לֶֽקַח׃ 24
ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।”

< יְשַׁעְיָהוּ 29 >