< אִיּוֹב 31 >

בְּ֭רִית כָּרַ֣תִּי לְעֵינָ֑י וּמָ֥ה אֶ֝תְבֹּונֵ֗ן עַל־בְּתוּלָֽה׃ 1
ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?
וּמֶ֤ה ׀ חֵ֣לֶק אֱלֹ֣והַּ מִמָּ֑עַל וְֽנַחֲלַ֥ת שַׁ֝דַּ֗י מִמְּרֹמִֽים׃ 2
କାରଣ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ?
הֲלֹא־אֵ֥יד לְעַוָּ֑ל וְ֝נֵ֗כֶר לְפֹ֣עֲלֵי אָֽוֶן׃ 3
ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ?
הֲלֹא־ה֖וּא יִרְאֶ֣ה דְרָכָ֑י וְֽכָל־צְעָדַ֥י יִסְפֹּֽור׃ 4
ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ?
אִם־הָלַ֥כְתִּי עִם־שָׁ֑וְא וַתַּ֖חַשׁ עַל־מִרְמָ֣ה רַגְלִֽי׃ 5
ଯଦି ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;
יִשְׁקְלֵ֥נִי בְמֹאזְנֵי־צֶ֑דֶק וְיֵדַ֥ע אֱ֝לֹ֗והַּ תֻּמָּתִֽי׃ 6
ତେବେ ମୁଁ ଧର୍ମ ନିକ୍ତିରେ ତୌଲାଯାଏ, ତହିଁରେ ପରମେଶ୍ୱର ମୋହର ସରଳତା ଜାଣି ପାରିବେ।
אִ֥ם תִּטֶּ֣ה אַשֻּׁרִי֮ מִנִּ֪י הַ֫דָּ֥רֶךְ וְאַחַ֣ר עֵ֭ינַי הָלַ֣ךְ לִבִּ֑י וּ֝בְכַפַּ֗י דָּ֣בַק מֻאֽוּם׃ פ 7
ଯଦି ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯଦି ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ;
אֶ֭זְרְעָה וְאַחֵ֣ר יֹאכֵ֑ל וְֽצֶאֱצָאַ֥י יְשֹׁרָֽשׁוּ׃ 8
ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ।
אִם־נִפְתָּ֣ה לִ֭בִּי עַל־אִשָּׁ֑ה וְעַל־פֶּ֖תַח רֵעִ֣י אָרָֽבְתִּי׃ 9
ଯଦି ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;
תִּטְחַ֣ן לְאַחֵ֣ר אִשְׁתִּ֑י וְ֝עָלֶ֗יהָ יִכְרְע֥וּן אֲחֵרִֽין׃ 10
ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ।
כִּי־הוּא (הִ֥יא) זִמָּ֑ה וְהִיא (וְ֝ה֗וּא) עָוֹ֥ן פְּלִילִֽים׃ 11
କାରଣ ତାହା ଗୁରୁତର ଦୋଷ; ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ;
כִּ֤י אֵ֣שׁ הִ֭יא עַד־אֲבַדֹּ֣ון תֹּאכֵ֑ל וּֽבְכָל־תְּב֖וּאָתִ֣י תְשָׁרֵֽשׁ׃ 12
କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି ଓ ମୋʼ ସର୍ବସ୍ୱର ମୂଳୋତ୍ପାଟିତ କରନ୍ତା।
אִם־אֶמְאַ֗ס מִשְׁפַּ֣ט עַ֭בְדִּי וַאֲמָתִ֑י בְּ֝רִבָ֗ם עִמָּדִֽי׃ 13
ମୋʼ ଦାସ କି ଦାସୀ ମୋʼ ସଙ୍ଗେ ବିରୋଧ କଲେ, ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
וּמָ֣ה אֶֽ֭עֱשֶׂה כִּֽי־יָק֣וּם אֵ֑ל וְכִֽי־יִ֝פְקֹ֗ד מָ֣ה אֲשִׁיבֶֽנּוּ׃ 14
ତେବେ ପରମେଶ୍ୱର ଉଠିଲେ, ମୁଁ କଅଣ କରିବି? ଓ ସେ ବିଚାର କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି?
הֲ‍ֽ֝לֹא־בַ֭בֶּטֶן עֹשֵׂ֣נִי עָשָׂ֑הוּ וַ֝יְכֻנֶ֗נּוּ בָּרֶ֥חֶם אֶחָֽד׃ 15
ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି?
אִם־אֶ֭מְנַע מֵחֵ֣פֶץ דַּלִּ֑ים וְעֵינֵ֖י אַלְמָנָ֣ה אֲכַלֶּֽה׃ 16
ଯଦି ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;
וְאֹכַ֣ל פִּתִּ֣י לְבַדִּ֑י וְלֹא־אָכַ֖ל יָתֹ֣ום מִמֶּֽנָּה׃ 17
ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ;
כִּ֣י מִ֭נְּעוּרַי גְּדֵלַ֣נִי כְאָ֑ב וּמִבֶּ֖טֶן אִמִּ֣י אַנְחֶֽנָּה׃ 18
(ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା ଓ ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି।)
אִם־אֶרְאֶ֣ה אֹ֖ובֵד מִבְּלִ֣י לְב֑וּשׁ וְאֵ֥ין כְּ֝ס֗וּת לָאֶבְיֹֽון׃ 19
ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ,
אִם־לֹ֣א בֵרֲכ֣וּנִי חֲלָצֹו (חֲלָצָ֑יו) וּמִגֵּ֥ז כְּ֝בָשַׂי יִתְחַמָּֽם׃ 20
ଯଦି ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ;
אִם־הֲנִיפֹ֣ותִי עַל־יָתֹ֣ום יָדִ֑י כִּֽי־אֶרְאֶ֥ה בַ֝שַּׁ֗עַר עֶזְרָתִֽי׃ 21
ମୁଁ ନଗର-ଦ୍ୱାରରେ ନିଜ ଉପକାରୀକୁ ଦେଖି ଯଦି ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;
כְּ֭תֵפִי מִשִּׁכְמָ֣ה תִפֹּ֑ול וְ֝אֶזְרֹעִ֗י מִקָּנָ֥ה תִשָּׁבֵֽר׃ 22
ତେବେ ମୋʼ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ଓ ମୋʼ ବାହୁ ଅସ୍ଥିରୁ ଭାଙ୍ଗିଯାଉ।
כִּ֤י פַ֣חַד אֵ֭לַי אֵ֣יד אֵ֑ל וּ֝מִשְּׂאֵתֹ֗ו לֹ֣א אוּכָֽל׃ 23
କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ୱ ସକାଶୁ ମୁଁ କିଛି କରି ପାରିଲି ନାହିଁ।
אִם־שַׂ֣מְתִּי זָהָ֣ב כִּסְלִ֑י וְ֝לַכֶּ֗תֶם אָמַ֥רְתִּי מִבְטַחִֽי׃ 24
ଯଦି ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ;
אִם־אֶ֭שְׂמַח כִּי־רַ֣ב חֵילִ֑י וְכִֽי־כַ֝בִּ֗יר מָצְאָ֥ה יָדִֽי׃ 25
ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯଦି ମୁଁ ଆନନ୍ଦ କରିଥାଏ;
אִם־אֶרְאֶ֣ה אֹ֖ור כִּ֣י יָהֵ֑ל וְ֝יָרֵ֗חַ יָקָ֥ר הֹלֵֽךְ׃ 26
ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯଦି ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;
וַיִּ֣פְתְּ בַּסֵּ֣תֶר לִבִּ֑י וַתִּשַּׁ֖ק יָדִ֣י לְפִֽי׃ 27
ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ବନ କରିଥାଏ;
גַּם־ה֖וּא עָוֹ֣ן פְּלִילִ֑י כִּֽי־כִחַ֖שְׁתִּי לָאֵ֣ל מִמָּֽעַל׃ 28
ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ୱବାସୀ ପରମେଶ୍ୱରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି।
אִם־אֶ֭שְׂמַח בְּפִ֣יד מְשַׂנְאִ֑י וְ֝הִתְעֹרַ֗רְתִּי כִּֽי־מְצָ֥אֹו רָֽע׃ 29
ମୋʼ ଘୃଣାକାରୀର ବିନାଶରେ ଯଦି ମୁଁ ଆନନ୍ଦ କରିଥାଏ, ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ;
וְלֹא־נָתַ֣תִּי לַחֲטֹ֣א חִכִּ֑י לִשְׁאֹ֖ל בְּאָלָ֣ה נַפְשֹֽׁו׃ 30
(ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ);
אִם־לֹ֣א אָ֭מְרוּ מְתֵ֣י אָהֳלִ֑י מִֽי־יִתֵּ֥ן מִ֝בְּשָׂרֹ֗ו לֹ֣א נִשְׂבָּֽע׃ 31
ମୋʼ ତମ୍ବୁସ୍ଥିତ ଲୋକେ କି କହି ନ ଥାʼନ୍ତି, ‘ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇ ପାରେ?’
בַּ֭חוּץ לֹא־יָלִ֣ין גֵּ֑ר דְּ֝לָתַ֗י לָאֹ֥רַח אֶפְתָּֽח׃ 32
ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି;
אִם־כִּסִּ֣יתִי כְאָדָ֣ם פְּשָׁעָ֑י לִטְמֹ֖ון בְּחֻבִּ֣י עֲוֹֽנִי׃ 33
ଯଦି ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;
כִּ֤י אֶֽעֱרֹ֨וץ ׀ הָ֘מֹ֤ון רַבָּ֗ה וּבוּז־מִשְׁפָּחֹ֥ות יְחִתֵּ֑נִי וָ֝אֶדֹּ֗ם לֹא־אֵ֥צֵא פָֽתַח׃ 34
ମହାଜନତାକୁ ଭୟ କରିବାରୁ ଓ ଗୋଷ୍ଠୀୟମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯଦି ମୁଁ ନୀରବ ହୋଇ ଦ୍ୱାର ବାହାରକୁ ଯାଇ ନ ଥାଏ -
מִ֤י יִתֶּן־לִ֨י ׀ שֹׁ֘מֵ֤עַֽ לִ֗י הֶן־תָּ֭וִי שַׁדַּ֣י יַעֲנֵ֑נִי וְסֵ֥פֶר כָּ֝תַ֗ב אִ֣ישׁ רִיבִֽי׃ 35
ଆଃ, କେହି ଯଦି ମୋʼ କଥା ଶୁଣିବାକୁ ଥାʼନ୍ତା! (ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ପରମେଶ୍ୱର ମୋତେ ଉତ୍ତର ଦେଉନ୍ତୁ), ଓ ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯଦି ମୁଁ ପାଆନ୍ତି!
אִם־לֹ֣א עַל־שִׁ֭כְמִי אֶשָּׂאֶ֑נּוּ אֶֽעֶנְדֶ֖נּוּ עֲטָרֹ֣ות לִֽי׃ 36
ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି ଓ ମୁକୁଟ ପରି ତାହା ବାନ୍ଧନ୍ତି।
מִסְפַּ֣ר צְ֭עָדַי אַגִּידֶ֑נּוּ כְּמֹו־נָ֝גִ֗יד אֲקָרֲבֶֽנּוּ׃ 37
ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ଶାସକ ପରି ତାହାର ନିକଟକୁ ଯାଆନ୍ତି।
אִם־עָ֭לַי אַדְמָתִ֣י תִזְעָ֑ק וְ֝יַ֗חַד תְּלָמֶ֥יהָ יִבְכָּיֽוּן׃ 38
ଯଦି ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;
אִם־כֹּ֖חָהּ אָכַ֣לְתִּי בְלִי־כָ֑סֶף וְנֶ֖פֶשׁ בְּעָלֶ֣יהָ הִפָּֽחְתִּי׃ 39
ଯଦି ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;
תַּ֤חַת חִטָּ֨ה ׀ יֵ֥צֵא חֹ֗וחַ וְתַֽחַת־שְׂעֹרָ֥ה בָאְשָׁ֑ה תַּ֝֗מּוּ דִּבְרֵ֥י אִיֹּֽוב׃ פ 40
ତେବେ ଗହମ ବଦଳେ କଣ୍ଟକଲତା ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ।” ଆୟୁବଙ୍କ କଥା ସମାପ୍ତ ହେଲା।

< אִיּוֹב 31 >