< מַלְאָכִי 4 +

כִּֽי־הִנֵּ֤ה הַיֹּום֙ בָּ֔א בֹּעֵ֖ר כַּתַּנּ֑וּר וְהָי֨וּ כָל־זֵדִ֜ים וְכָל־עֹשֵׂ֤ה רִשְׁעָה֙ קַ֔שׁ וְלִהַ֨ט אֹתָ֜ם הַיֹּ֣ום הַבָּ֗א אָמַר֙ יְהוָ֣ה צְבָאֹ֔ות אֲשֶׁ֛ר לֹא־יַעֲזֹ֥ב לָהֶ֖ם שֹׁ֥רֶשׁ וְעָנָֽף׃ 1
କାରଣ ଦେଖ, ସେହି ଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
וְזָרְחָ֨ה לָכֶ֜ם יִרְאֵ֤י שְׁמִי֙ שֶׁ֣מֶשׁ צְדָקָ֔ה וּמַרְפֵּ֖א בִּכְנָפֶ֑יהָ וִֽיצָאתֶ֥ם וּפִשְׁתֶּ֖ם כְּעֶגְלֵ֥י מַרְבֵּֽק׃ 2
ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
וְעַסֹּותֶ֣ם רְשָׁעִ֔ים כִּֽי־יִהְי֣וּ אֵ֔פֶר תַּ֖חַת כַּפֹּ֣ות רַגְלֵיכֶ֑ם בַּיֹּום֙ אֲשֶׁ֣ר אֲנִ֣י עֹשֶׂ֔ה אָמַ֖ר יְהוָ֥ה צְבָאֹֽות׃ פ 3
ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ, ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।
זִכְר֕וּ תֹּורַ֖ת מֹשֶׁ֣ה עַבְדִּ֑י אֲשֶׁר֩ צִוִּ֨יתִי אֹותֹ֤ו בְחֹרֵב֙ עַל־כָּל־יִשְׂרָאֵ֔ל חֻקִּ֖ים וּמִשְׁפָּטִֽים׃ 4
ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର।
הִנֵּ֤ה אָֽנֹכִי֙ שֹׁלֵ֣חַ לָכֶ֔ם אֵ֖ת אֵלִיָּ֣ה הַנָּבִ֑יא לִפְנֵ֗י בֹּ֚וא יֹ֣ום יְהוָ֔ה הַגָּדֹ֖ול וְהַנֹּורָֽא׃ 5
ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା।
וְהֵשִׁ֤יב לֵב־אָבֹות֙ עַל־בָּנִ֔ים וְלֵ֥ב בָּנִ֖ים עַל־אֲבֹותָ֑ם פֶּן־אָבֹ֕וא וְהִכֵּיתִ֥י אֶת־הָאָ֖רֶץ חֵֽרֶם׃ 6
ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।”

< מַלְאָכִי 4 +