< תְהִלִּים 25 >

לְדָוִ֡ד אֵלֶ֥יךָ יְ֝הוָ֗ה נַפְשִׁ֥י אֶשָּֽׂא׃ 1
ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ।
אֱ‍ֽלֹהַ֗י בְּךָ֣ בָ֭טַחְתִּי אַל־אֵבֹ֑ושָׁה אַל־יַֽעַלְצ֖וּ אֹיְבַ֣י לִֽי׃ 2
ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ।
גַּ֣ם כָּל־קֹ֭וֶיךָ לֹ֣א יֵבֹ֑שׁוּ יֵ֝בֹ֗שׁוּ הַבֹּוגְדִ֥ים רֵיקָֽם׃ 3
ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ।
דְּרָכֶ֣יךָ יְ֭הוָה הֹודִיעֵ֑נִי אֹ֖רְחֹותֶ֣יךָ לַמְּדֵֽנִי׃ 4
ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ।
הַדְרִ֘יכֵ֤נִי בַאֲמִתֶּ֨ךָ ׀ וְֽלַמְּדֵ֗נִי כִּֽי־אַ֭תָּה אֱלֹהֵ֣י יִשְׁעִ֑י אֹותְךָ֥ קִ֝וִּ֗יתִי כָּל־הַיֹּֽום׃ 5
ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ।
זְכֹר־רַחֲמֶ֣יךָ יְ֭הוָה וַחֲסָדֶ֑יךָ כִּ֖י מֵעֹולָ֣ם הֵֽמָּה׃ 6
ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ।
חַטֹּ֤אות נְעוּרַ֨י ׀ וּפְשָׁעַ֗י אַל־תִּ֫זְכֹּ֥ר כְּחַסְדְּךָ֥ זְכָר־לִי־אַ֑תָּה לְמַ֖עַן טוּבְךָ֣ יְהוָֽה׃ 7
ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।
טֹוב־וְיָשָׁ֥ר יְהוָ֑ה עַל־כֵּ֤ן יֹורֶ֖ה חַטָּאִ֣ים בַּדָּֽרֶךְ׃ 8
ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।
יַדְרֵ֣ךְ עֲ֭נָוִים בַּמִּשְׁפָּ֑ט וִֽילַמֵּ֖ד עֲנָוִ֣ים דַּרְכֹּֽו׃ 9
ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।
כָּל־אָרְחֹ֣ות יְ֭הוָה חֶ֣סֶד וֶאֱמֶ֑ת לְנֹצְרֵ֥י בְ֝רִיתֹ֗ו וְעֵדֹתָֽיו׃ 10
ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ।
לְמַֽעַן־שִׁמְךָ֥ יְהוָ֑ה וְֽסָלַחְתָּ֥ לַ֝עֲוֹנִ֗י כִּ֣י רַב־הֽוּא׃ 11
ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।
מִי־זֶ֣ה הָ֭אִישׁ יְרֵ֣א יְהוָ֑ה יֹ֝ורֶ֗נּוּ בְּדֶ֣רֶךְ יִבְחָֽר׃ 12
ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।
נַ֭פְשֹׁו בְּטֹ֣וב תָּלִ֑ין וְ֝זַרְעֹ֗ו יִ֣ירַשׁ אָֽרֶץ׃ 13
ତାହାର ପ୍ରାଣ କୁଶଳରେ ବାସ କରିବ ଓ ତାହାର ବଂଶ ଦେଶ ଅଧିକାର କରିବେ।
סֹ֣וד יְ֭הוָה לִירֵאָ֑יו וּ֝בְרִיתֹ֗ו לְהֹודִיעָֽם׃ 14
ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।
עֵינַ֣י תָּ֭מִיד אֶל־יְהוָ֑ה כִּ֤י הֽוּא־יֹוצִ֖יא מֵרֶ֣שֶׁת רַגְלָֽי׃ 15
ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏ; କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ।
פְּנֵה־אֵלַ֥י וְחָנֵּ֑נִי כִּֽי־יָחִ֖יד וְעָנִ֣י אָֽנִי׃ 16
ମୋʼ ପ୍ରତି ଫେର ଓ ମୋʼ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ।
צָרֹ֣ות לְבָבִ֣י הִרְחִ֑יבוּ מִ֝מְּצֽוּקֹותַ֗י הֹוצִיאֵֽנִי׃ 17
ମୋʼ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର।
רְאֵ֣ה עָ֭נְיִי וַעֲמָלִ֑י וְ֝שָׂ֗א לְכָל־חַטֹּאותָֽי׃ 18
ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର।
רְאֵֽה־אֹויְבַ֥י כִּי־רָ֑בּוּ וְשִׂנְאַ֖ת חָמָ֣ס שְׂנֵאֽוּנִי׃ 19
ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି।
שָׁמְרָ֣ה נַ֭פְשִׁי וְהַצִּילֵ֑נִי אַל־אֵ֝בֹ֗ושׁ כִּֽי־חָסִ֥יתִי בָֽךְ׃ 20
ମୋʼ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି।
תֹּם־וָיֹ֥שֶׁר יִצְּר֑וּנִי כִּ֝֗י קִוִּיתִֽיךָ׃ 21
ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ।
פְּדֵ֣ה אֱ֭לֹהִים אֶת־יִשְׂרָאֵ֑ל מִ֝כֹּ֗ל צָֽרֹותָיו׃ 22
ହେ ପରମେଶ୍ୱର, ଇସ୍ରାଏଲକୁ ତାହାର ସମସ୍ତ ତାହାର ସମସ୍ତ ସଙ୍କଟରୁ ମୁକ୍ତ କର।

< תְהִלִּים 25 >