< תְהִלִּים 87 >

לִבְנֵי־קֹ֖רַח מִזְמֹ֣ור שִׁ֑יר יְ֝סוּדָתֹ֗ו בְּהַרְרֵי־קֹֽדֶשׁ׃ 1
ଗୀତ; କୋରହ-ସନ୍ତାନଗଣର ଗୀତ। ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ।
אֹהֵ֣ב יְ֭הוָה שַׁעֲרֵ֣י צִיֹּ֑ון מִ֝כֹּ֗ל מִשְׁכְּנֹ֥ות יַעֲקֹֽב׃ 2
ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି।
נִ֭כְבָּדֹות מְדֻבָּ֣ר בָּ֑ךְ עִ֖יר הָאֱלֹהִ֣ים סֶֽלָה׃ 3
ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। (ସେଲା)
אַזְכִּ֤יר ׀ רַ֥הַב וּבָבֶ֗ל לְֽיֹ֫דְעָ֥י הִנֵּ֤ה פְלֶ֣שֶׁת וְצֹ֣ור עִם־כּ֑וּשׁ זֶ֝֗ה יֻלַּד־שָֽׁם׃ 4
ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।”
וּֽלֲצִיֹּ֨ון ׀ יֵאָמַ֗ר אִ֣ישׁ וְ֭אִישׁ יֻלַּד־בָּ֑הּ וְה֖וּא יְכֹונְנֶ֣הָ עֶלְיֹֽון׃ 5
ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;” ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।
יְֽהוָ֗ה יִ֭סְפֹּר בִּכְתֹ֣וב עַמִּ֑ים זֶ֖ה יֻלַּד־שָׁ֣ם סֶֽלָה׃ 6
ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ। (ସେଲା)
וְשָׁרִ֥ים כְּחֹלְלִ֑ים כָּֽל־מַעְיָנַ֥י בָּֽךְ׃ 7
ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”

< תְהִלִּים 87 >