< צְפַנְיָה 2 >

הִֽתְקֹושְׁשׁ֖וּ וָקֹ֑ושּׁוּ הַגֹּ֖וי לֹ֥א נִכְסָֽף׃ 1
ହେ ଲଜ୍ଜାହୀନ ଗୋଷ୍ଠୀ, ତୁମ୍ଭେମାନେ ଏକତ୍ର ହୁଅ, ହଁ, ଏକତ୍ର ହୁଅ;
בְּטֶ֙רֶם֙ לֶ֣דֶת חֹ֔ק כְּמֹ֖ץ עָ֣בַר יֹ֑ום בְּטֶ֣רֶם ׀ לֹא־יָבֹ֣וא עֲלֵיכֶ֗ם חֲרֹון֙ אַף־יְהוָ֔ה בְּטֶ֙רֶם֙ לֹא־יָבֹ֣וא עֲלֵיכֶ֔ם יֹ֖ום אַף־יְהוָֽה׃ 2
ଆଜ୍ଞା ସଫଳ ହେବା ପୂର୍ବେ, ଦିନ ତୁଷ ପରି ଉଡ଼ିଯିବା ପୂର୍ବେ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ, ସଦାପ୍ରଭୁଙ୍କ କ୍ରୋଧର ଦିନ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ ଏକତ୍ର ହୁଅ।
בַּקְּשׁ֤וּ אֶת־יְהוָה֙ כָּל־עַנְוֵ֣י הָאָ֔רֶץ אֲשֶׁ֥ר מִשְׁפָּטֹ֖ו פָּעָ֑לוּ בַּקְּשׁוּ־צֶ֙דֶק֙ בַּקְּשׁ֣וּ עֲנָוָ֔ה אוּלַי֙ תִּסָּ֣תְר֔וּ בְּיֹ֖ום אַף־יְהוָֽה׃ 3
ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ।
כִּ֤י עַזָּה֙ עֲזוּבָ֣ה תִֽהְיֶ֔ה וְאַשְׁקְלֹ֖ון לִשְׁמָמָ֑ה אַשְׁדֹּ֗וד בַּֽצָּהֳרַ֙יִם֙ יְגָ֣רְשׁ֔וּהָ וְעֶקְרֹ֖ון תֵּעָקֵֽר׃ ס 4
କାରଣ ଘସା ସହର ପରିତ୍ୟକ୍ତ ଓ ଅସ୍କିଲୋନ ସହର ଧ୍ୱଂସସ୍ଥାନ ହେବ! ଅସ୍ଦୋଦ ସହର ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ସହର ମୂଳ ଉତ୍ପାଟିତ ହେବ।
הֹ֗וי יֹֽשְׁבֵ֛י חֶ֥בֶל הַיָּ֖ם גֹּ֣וי כְּרֵתִ֑ים דְּבַר־יְהוָ֣ה עֲלֵיכֶ֗ם כְּנַ֙עַן֙ אֶ֣רֶץ פְּלִשְׁתִּ֔ים וְהַאֲבַדְתִּ֖יךְ מֵאֵ֥ין יֹושֵֽׁב׃ 5
ସମୁଦ୍ର କୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର। ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ।
וְֽהָיְתָ֞ה חֶ֣בֶל הַיָּ֗ם נְוֹ֛ת כְּרֹ֥ת רֹעִ֖ים וְגִדְרֹ֥ות צֹֽאן׃ 6
ପୁଣି, ସମୁଦ୍ର କୂଳ ଚରାସ୍ଥାନ, ମେଷପାଳକମାନଙ୍କର କୁଟୀର ଓ ମେଷପଲର ଖୁଆଡ଼ ହେବ।
וְהָ֣יָה חֶ֗בֶל לִשְׁאֵרִ֛ית בֵּ֥ית יְהוּדָ֖ה עֲלֵיהֶ֣ם יִרְע֑וּן בְּבָתֵּ֣י אַשְׁקְלֹ֗ון בָּעֶ֙רֶב֙ יִרְבָּצ֔וּן כִּ֧י יִפְקְדֵ֛ם יְהוָ֥ה אֱלֹהֵיהֶ֖ם וְשָׁ֥ב שְׁבוּתָם (שְׁבִיתָֽם)׃ 7
ଆଉ, ସେହି ସମୁଦ୍ର କୂଳ ଯିହୁଦା ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେହି ସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କର ତତ୍ତ୍ୱାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବେ।
שָׁמַ֙עְתִּי֙ חֶרְפַּ֣ת מֹואָ֔ב וְגִדּוּפֵ֖י בְּנֵ֣י עַמֹּ֑ון אֲשֶׁ֤ר חֵֽרְפוּ֙ אֶת־עַמִּ֔י וַיַּגְדִּ֖ילוּ עַל־גְּבוּלָֽם׃ 8
“ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।”
לָכֵ֣ן חַי־אָ֡נִי נְאֻם֩ יְהוָ֨ה צְבָאֹ֜ות אֱלֹהֵ֣י יִשְׂרָאֵ֗ל כִּֽי־מֹואָ֞ב כִּסְדֹ֤ם תִּֽהְיֶה֙ וּבְנֵ֤י עַמֹּון֙ כַּֽעֲמֹרָ֔ה מִמְשַׁ֥ק חָר֛וּל וּמִכְרֵה־מֶ֥לַח וּשְׁמָמָ֖ה עַד־עֹולָ֑ם שְׁאֵרִ֤ית עַמִּי֙ יְבָזּ֔וּם וְיֶ֥תֶר גֹּוי (גֹּויִ֖י) יִנְחָלֽוּם׃ 9
ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନ-ସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ୱଂସସ୍ଥାନ ହେବ; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ।”
זֹ֥את לָהֶ֖ם תַּ֣חַת גְּאֹונָ֑ם כִּ֤י חֵֽרְפוּ֙ וַיַּגְדִּ֔לוּ עַל־עַ֖ם יְהוָ֥ה צְבָאֹֽות׃ 10
ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି।
נֹורָ֤א יְהוָה֙ עֲלֵיהֶ֔ם כִּ֣י רָזָ֔ה אֵ֖ת כָּל־אֱלֹהֵ֣י הָאָ֑רֶץ וְיִשְׁתַּֽחֲווּ־לֹו֙ אִ֣ישׁ מִמְּקֹומֹ֔ו כֹּ֖ל אִיֵּ֥י הַגֹּויִֽם׃ 11
ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଆପଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।
גַּם־אַתֶּ֣ם כּוּשִׁ֔ים חַֽלְלֵ֥י חַרְבִּ֖י הֵֽמָּה׃ 12
ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ୍ଗ ଦ୍ୱାରା ହତ ହେବ।
וְיֵ֤ט יָדֹו֙ עַל־צָפֹ֔ון וִֽיאַבֵּ֖ד אֶת־אַשּׁ֑וּר וְיָשֵׂ֤ם אֶת־נִֽינְוֵה֙ לִשְׁמָמָ֔ה צִיָּ֖ה כַּמִּדְבָּֽר׃ 13
ପୁଣି, ସେ ଉତ୍ତର ଦିଗର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବେ ଓ ଅଶୂର ଦେଶକୁ ବିନଷ୍ଟ କରିବେ। ଆଉ, ସେ ନୀନିବୀ ସହରକୁ ଧ୍ୱଂସସ୍ଥାନ ଓ ପ୍ରାନ୍ତର ପରି ଶୁଷ୍କ କରିବେ।
וְרָבְצ֨וּ בְתֹוכָ֤הּ עֲדָרִים֙ כָּל־חַיְתֹו־גֹ֔וי גַּם־קָאַת֙ גַּם־קִפֹּ֔ד בְּכַפְתֹּרֶ֖יהָ יָלִ֑ינוּ קֹ֠ול יְשֹׁורֵ֤ר בַּֽחַלֹּון֙ חֹ֣רֶב בַּסַּ֔ף כִּ֥י אַרְזָ֖ה עֵרָֽה׃ 14
ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି।
זֹ֞֠את הָעִ֤יר הָעַלִּיזָה֙ הַיֹּושֶׁ֣בֶת לָבֶ֔טַח הָאֹֽמְרָה֙ בִּלְבָבָ֔הּ אֲנִ֖י וְאַפְסִ֣י עֹ֑וד אֵ֣יךְ ׀ הָיְתָ֣ה לְשַׁמָּ֗ה מַרְבֵּץ֙ לַֽחַיָּ֔ה כֹּ֚ל עֹובֵ֣ר עָלֶ֔יהָ יִשְׁרֹ֖ק יָנִ֥יעַ יָדֹֽו׃ ס 15
ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋʼ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍‍ ଶବ୍ଦ କରି ଆପଣା ହାତ ହଲାଇବ।

< צְפַנְיָה 2 >