< 出エジプト記 27 >

1 あなたはまたアカシヤ材で祭壇を造らなければならない。長さ五キュビト、幅五キュビトの四角で、高さは三キュビトである。
ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ।
2 その四すみの上にその一部としてそれの角を造り、青銅で祭壇をおおわなければならない。
ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ।
3 また灰を取るつぼ、十能、鉢、肉叉、火皿を造り、その器はみな青銅で造らなければならない。
ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।
4 また祭壇のために青銅の網細工の格子を造り、その四すみで、網の上に青銅の環を四つ取り付けなければならない。
ପୁଣି, ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ।
5 その網を祭壇の出張りの下に取り付け、これを祭壇の高さの半ばに達するようにしなければならない。
ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ।
6 また祭壇のために、さおを造らなければならない。すなわちアカシヤ材で、さおを造り、青銅で、これをおおわなければならない。
ଆଉ ବେଦି ନିମନ୍ତେ ଶିଟୀମ୍‍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ।
7 そのさおを環に通し、さおを祭壇の両側にして、これをかつがなければならない。
ପୁଣି, ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ୱ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ।
8 祭壇は板で空洞に造り、山で示されたように、これを造らなければならない。
ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହୋଇଥିଲା, ସେରୂପେ ଲୋକମାନେ କରିବେ।
9 あなたはまた幕屋の庭を造り、両側では庭のために長さ百キュビトの亜麻の撚糸のあげばりを設け、その一方に当てなければならない。
ଏଥିଉତ୍ତାରେ ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ୱର ଦୈର୍ଘ୍ୟ ଏକ ଶହ ହସ୍ତ ହେବ।
10 その柱は二十、その柱の二十の座は青銅にし、その柱の鉤と桁とは銀にしなければならない。
ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।
11 また同じく北側のために、長さ百キュビトのあげばりを設けなければならない。その柱は二十、その柱の二十の座は青銅にし、その柱の鉤と桁とは銀にしなければならない。
ତଦ୍ରୂପ ଉତ୍ତର ପାର୍ଶ୍ୱରେ ଏକ ଶହ ହସ୍ତ ଦୀର୍ଘ ପରଦା ହେବ, ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।
12 また庭の西側の幅のために五十キュビトのあげばりを設けなければならない。その柱は十、その座も十。
ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।
13 また東側でも庭の幅を五十キュビトにしなければならない。
ପୁଣି, ପୂର୍ବ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ପଚାଶ ହସ୍ତ ହେବ।
14 そしてその一方に十五キュビトのあげばりを設けなければならない。その柱は三つ、その座も三つ。
(ଦ୍ୱାରର) ଏକ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।
15 また他の一方にも十五キュビトのあげばりを設けなければならない。その柱は三つ、その座も三つ。
ଆଉ ଅନ୍ୟ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।
16 庭の門のために青糸、紫糸、緋糸、亜麻の撚糸で、色とりどりに織った長さ二十キュビトのとばりを設けなければならない。その柱は四つ、その座も四つ。
ପୁଣି, ପ୍ରାଙ୍ଗଣର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନ ବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ହେବ।
17 庭の周囲の柱はみな銀の桁でつなぎ、その鉤は銀、その座は青銅にしなければならない。
ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭସକଳ ରୂପା-ବନ୍ଧନୀରେ ବନ୍ଦ ହେବ ଓ ତହିଁର ଆଙ୍କୁଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ।
18 庭の長さは百キュビト、その幅は五十キュビト、その高さは五キュビトで、亜麻の撚糸の布を掛けめぐらし、その座を青銅にしなければならない。
ପ୍ରାଙ୍ଗଣ ଏକ ଶହ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି, ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ।
19 すべて幕屋に用いるもろもろの器、およびそのすべての釘、また庭のすべての釘は青銅で造らなければならない。
ଆଉ ଆବାସର ସମୁଦାୟ କାର୍ଯ୍ୟ ସମ୍ବନ୍ଧୀୟ ପାତ୍ର, କଣ୍ଟା ଓ ପ୍ରାଙ୍ଗଣର ସମସ୍ତ କଣ୍ଟା ପିତ୍ତଳର ହେବ।
20 あなたはまたイスラエルの人々に命じて、オリブをつぶして採った純粋の油を、ともし火のために持ってこさせ、絶えずともし火をともさなければならない。
ଆଉ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେବ।
21 アロンとその子たちとは、会見の幕屋の中のあかしの箱の前にある垂幕の外で、夕から朝まで主の前に、そのともし火を整えなければならない。これはイスラエルの人々の守るべき世々変らざる定めでなければならない。
ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।

< 出エジプト記 27 >