< エズラ記 9 >

1 これらの事がなされた後、つかさたちは、わたしのもとに来て言った、「イスラエルの民、祭司およびレビびとは諸国の民と離れないで、カナンびと、ヘテびと、ペリジびと、エブスびと、アンモンびと、モアブびと、エジプトびと、アモリびとなどの憎むべき事を行いました。
ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।
2 すなわち、彼らの娘たちをみずからめとり、またそのむすこたちにめとったので、聖なる種が諸国の民とまじりました。そしてつかさたる者、長たる者が先だって、このとがを犯しました」。
କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି; ଏହିରୂପେ ପବିତ୍ର ବଂଶ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।”
3 わたしはこの事を聞いた時、着物と上着とを裂き、髪の毛とひげを抜き、驚きあきれてすわった。
ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି।
4 イスラエルの神の言葉におののく者は皆、捕囚から帰って来た人々のとがのゆえに、わたしのもとに集まったが、わたしは夕の供え物の時まで、驚きあきれてすわった。
ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।
5 夕の供え物の時になって、わたしは断食から立ちあがり、着物と上着を裂いたまま、ひざをかがめて、わが神、主にむかって手をさし伸べて、
ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋʼ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁପାତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,
6 言った、「わが神よ、わたしはあなたにむかって顔を上げるのを恥じて、赤面します。われわれの不義は積って頭よりも高くなり、われわれのとがは重なって天に達したからです。
“ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।
7 われわれの先祖の日から今日まで、われわれは大いなるとがを負い、われわれの不義によって、われわれとわれわれの王たち、および祭司たちは国々の王たちの手にわたされ、つるぎにかけられ、捕え行かれ、かすめられ、恥をこうむりました。今日のとおりです。
ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜାଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜାଗଣ ହସ୍ତରେ, ଖଡ୍ଗରେ, ବନ୍ଦୀତ୍ୱରେ ଓ ଲୁଟରେ ଓ ମୁଖ ବିଷଣ୍ଣତାରେ ସମର୍ପିତ ହୋଇଅଛୁ।
8 ところがいま、われわれの神、主は、しばし恵みを施して、のがれ残るべき者をわれわれのうちにおき、その聖所のうちに確かなよりどころを与え、こうしてわれわれの神はわれわれの目を明らかにし、われわれをその奴隷のうちにあって、少しく生き返らせられました。
ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍‍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।
9 われわれは奴隷の身でありますが、その奴隷たる時にも神はわれわれを見捨てられず、かえってペルシャ王たちの目の前でいつくしみを施して、われわれを生き返らせ、われわれの神の宮を建てさせ、その破壊をつくろわせ、ユダとエルサレムでわれわれに保護を与えられました。
କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।
10 われわれの神よ、この後、何を言うことができましょう。われわれは、あなたの戒めを捨てたからです。
ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା?
11 あなたはかつて、あなたのしもべである預言者たちによって命じて仰せられました、『おまえたちが行って獲ようとする地は、各地の民の汚れにより、その憎むべきわざによって汚れた地で、この果から、かの果まで、その汚れに満ちている。
ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ଅଶୁଚିତା ଦ୍ୱାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୁଚିତାରେ ପରିପୂର୍ଣ୍ଣ କରିଅଛି।
12 それでおまえたちの娘を、彼らのむすこに与えてはならない。彼らの娘を、おまえたちのむすこにめとってはならない。また永久に彼らの平安をも福祉をも求めてはならない。そうすればおまえたちは強くなり、その地の良き物を食べ、これを永久におまえたちの子孫に伝えて嗣業とさせることができる』と。
ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭେମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ।
13 われわれの悪い行いにより、大いなるとがによって、これらすべてのことが、すでにわれわれに臨みましたが、われわれの神なるあなたは、われわれの不義よりも軽い罰をくだして、このように残りの者を与えてくださったのを見ながら、
ଏଣୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କ ଦୁଷ୍କର୍ମ ଓ ମହାଦୋଷ ସକାଶୁ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଲେ ହେଁ ତୁମ୍ଭେ ଯେ ଆମ୍ଭମାନଙ୍କ ଅପରାଧର ଉଚିତ ଦଣ୍ଡରୁ ଊଣା ଦଣ୍ଡ ଆମ୍ଭମାନଙ୍କୁ ଦେଇଅଛ ଓ ଆମ୍ଭମାନଙ୍କର ଏପରି ଅବଶିଷ୍ଟ ଲୋକ ରଖିଅଛ,
14 われわれは再びあなたの命令を破って、これらの憎むべきわざを行う民と縁を結んでよいでしょうか。あなたはわれわれを怒って、ついに滅ぼし尽し、残る者も、のがれる者もないようにされるのではないでしょうか。
ଏହା ଦେଖି ଆମ୍ଭେମାନେ କʼଣ ପୁନର୍ବାର ତୁମ୍ଭର ଆଜ୍ଞାଲଙ୍ଘନ କରିବୁ ଓ ଏହି ଘୃଣାଯୋଗ୍ୟ କର୍ମକାରୀ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ କୁଟୁମ୍ବିତା କରିବୁ? କଲେ ତୁମ୍ଭେ କʼଣ ଆମ୍ଭମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ କ୍ରୁଦ୍ଧ ହେବ ନାହିଁ? ତହିଁରେ କେହି ଅବଶିଷ୍ଟ କି ରକ୍ଷିତ ରହିବେ ନାହିଁ।
15 ああ、イスラエルの神、主よ、あなたは正しくいらせられます。われわれはのがれて残ること今日のとおりです。われわれは、とがをもってあなたの前にあります。それゆえだれもあなたの前に立つことはできません」。
ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇପାରେ ନାହିଁ।”

< エズラ記 9 >