< レビ記 1 >

1 主はモーセを呼び、会見の幕屋からこれに告げて言われた、
ଏଥିଉତ୍ତାରେ ସଦାପ୍ରଭୁ ସମାଗମ-ତମ୍ବୁରୁ ମୋଶାଙ୍କୁ ଡାକି କହିଲେ,
2 「イスラエルの人々に言いなさい、『あなたがたのうちだれでも家畜の供え物を主にささげるときは、牛または羊を供え物としてささげなければならない。
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ।
3 もしその供え物が牛の燔祭であるならば、雄牛の全きものをささげなければならない。会見の幕屋の入口で、主の前に受け入れられるように、これをささげなければならない。
ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।
4 彼はその燔祭の獣の頭に手を置かなければならない。そうすれば受け入れられて、彼のためにあがないとなるであろう。
ପୁଣି, ସେ ହୋମବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ।
5 彼は主の前でその子牛をほふり、アロンの子なる祭司たちは、その血を携えてきて、会見の幕屋の入口にある祭壇の周囲に、その血を注ぎかけなければならない。
ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।
6 彼はまたその燔祭の獣の皮をはぎ、節々に切り分かたなければならない。
ପୁଣି ସେ ସେହି ହୋମବଳିର ଚର୍ମ କାଢ଼ି ତାହା ଖଣ୍ଡ ଖଣ୍ଡ କରିବ।
7 祭司アロンの子たちは祭壇の上に火を置き、その火の上にたきぎを並べ、
ଏଥିଉତ୍ତାରେ ହାରୋଣ ଯାଜକର ପୁତ୍ରଗଣ ସେହି ବେଦି ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଷ୍ଠ ସଜାଇବେ।
8 アロンの子なる祭司たちはその切り分けたものを、頭および脂肪と共に、祭壇の上にある火の上のたきぎの上に並べなければならない。
ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ।
9 その内臓と足とは水で洗わなければならない。こうして祭司はそのすべてを祭壇の上で焼いて燔祭としなければならない。これは火祭であって、主にささげる香ばしいかおりである。
ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
10 もしその燔祭の供え物が群れの羊または、やぎであるならば、雄の全きものをささげなければならない。
ଆଉ ଯଦି ସେ ମେଷ କି ଛାଗପଲରୁ ହୋମବଳି ଉତ୍ସର୍ଗ କରେ,
11 彼は祭壇の北側で、主の前にこれをほふり、アロンの子なる祭司たちは、その血を祭壇の周囲に注ぎかけなければならない。
ତେବେ ସେ ନିଖୁନ୍ତ ପୁଂପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।
12 彼はまたこれを節々に切り分かち、祭司はこれを頭および脂肪と共に、祭壇の上にある火の上のたきぎの上に並べなければならない。
ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ।
13 その内臓と足とは水で洗わなければならない。こうして祭司はそのすべてを祭壇の上で焼いて燔祭としなければならない。これは火祭であって、主にささげる香ばしいかおりである。
ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
14 もし主にささげる供え物が、鳥の燔祭であるならば、山ばと、または家ばとのひなを、その供え物としてささげなければならない。
ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।
15 祭司はこれを祭壇に携えて行き、その首を摘み破り、祭壇の上で焼かなければならない。その血は絞り出して祭壇の側面に塗らなければならない。
ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।
16 またその餌袋は羽と共に除いて、祭壇の東の方にある灰捨場に捨てなければならない。
ଏଥିଉତ୍ତାରେ ସେ ତାହାର ମଳ ସହିତ ଗଳା ଥଳୀ ଘେନି ବେଦିର ପୂର୍ବପାର୍ଶ୍ଵସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ।
17 これは、その翼を握って裂かなければならない。ただし引き離してはならない。祭司はこれを祭壇の上で、火の上のたきぎの上で燔祭として焼かなければならない。これは火祭であって、主にささげる香ばしいかおりである。
ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।

< レビ記 1 >