< 哀歌 3 >

1 我はかれの震怒の笞によりて艱難に遭たる人なり
ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ୱାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ।
2 かれは我をひきて黒暗をあゆませ光明にゆかしめたまはず
ସେ ମୋତେ ଆଲୁଅରେ ନୁହେଁ, ଅନ୍ଧକାରରେ ଚଳାଇ ଅଛନ୍ତି।
3 まことに屢々その手をむけて終日われを攻なやまし
ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନସାରା ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି।
4 わが肉と肌膚をおとろへしめ わが骨を摧き
ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇଅଛନ୍ତି।
5 われにむかひて患苦と艱難を築きこれをもて我を圍み
ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ତିକ୍ତତା ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି।
6 われをして長久に死し者のごとく暗き處に住しめ
ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛନ୍ତି।
7 我をかこみて出ること能はざらしめわが鏈索を重くしたまへり
ସେ ମୋର ଚାରିଆଡ଼େ ସୁରକ୍ଷାର ବାଡ଼ ଦେଇଅଛନ୍ତି, ଯେପରି ମୁଁ ବାହାରିଯାଇ ନ ପାରେ; ସେ ମୋହର ଜଞ୍ଜିର ଭାରୀ କରିଅଛନ୍ତି।
8 我さけびて助をもとめしとき彼わが祈禱をふせぎ
ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।
9 斫たる石をもてわが道を塞ぎわが途をまげたまへり
ସେ କଟା ପଥରରେ ମୋହର ପଥ ଅବରୋଧ କରିଅଛନ୍ତି, ସେ ମୋର ପଥସବୁ ବକ୍ର କରିଅଛନ୍ତି।
10 その我に對することは伏て伺がふ熊のごとく潜みかくるる獅子のごとし
ସେ ମୋʼ ପ୍ରତି ଛକି ବସିଥିବା ଭାଲୁ ଓ ଅନ୍ତରାଳରେ ଥିବା ସିଂହ ପରି ଅଟନ୍ତି।
11 われに路を離れしめ 我をひきさきて獨くるしましめ
ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ଡ ଖଣ୍ଡ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି।
12 弓を張りてわれを矢先の的となし
ସେ ଆପଣା ଧନୁରେ ଗୁଣ ଦେଇଅଛନ୍ତି ଓ ମୋତେ ତୀର ଲକ୍ଷ୍ୟ କରି ରଖିଅଛନ୍ତି।
13 矢筒の矢をもてわが腰を射ぬきたまへり
ସେ ଆପଣା ତୂଣର ଶର ମୋହର ହୃଦୟରେ ପ୍ରବେଶ କରାଇଅଛନ୍ତି।
14 われはわがすべての民のあざけりとなり 終日うたひそしらる
ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନସାରା ସେମାନଙ୍କର ଗାୟନ ହୋଇଅଛି।
15 かれ我をして苦き物に飽しめ茵蔯を飮しめ
ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି।
16 小石をもてわが齒を摧き灰をもて我を蒙ひたまへり
ଆହୁରି, ସେ କଙ୍କରରେ ମୋର ଦନ୍ତ ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି।
17 なんぢわが靈魂をして平和を遠くはなれしめたまへば我は福祉をわすれたり
ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ଆନନ୍ଦ ପାସୋରି ଯାଇଅଛି।
18 是において我みづから言り わが氣力うせゆきぬ ヱホバより何を望むべきところ無しと
ଏଣୁ ମୁଁ କହିଲି, “ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।”
19 ねがはくは我が艱難と苦楚茵蔯と膽汁とを心に記たまへ
ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ୱରୂପ।
20 わがたましひは今なほ是らの事を想ひてわが衷に鬱ぐ
ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋʼ ଅନ୍ତରରେ ଅବସନ୍ନ ହେଉଅଛି।
21 われこの事を心におもひ起せり この故に望をいだくなり
ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି।
22 われらの尚ほろびざるはヱホバの仁愛によりその憐憫の盡ざるに因る
ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।
23 これは朝ごとに新なり なんぢの誠實はおほいなるかな
ସେହି ସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ।
24 わが靈魂は言ふ ヱホバはわが分なり このゆゑに我彼を待ち望まん
ମୋର ପ୍ରାଣ କୁହେ, “ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।”
25 ヱホバはおのれを待ち望む者とおのれを尋ねもとむる人に恩惠をほどこしたまふ
ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।
26 ヱホバの救拯をのぞみて靜にこれを待は善し
ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।
27 人わかき時に軛を負は善し
ଯୌବନ କାଳରେ ଯୁଆଳି ବୋହିବା ମନୁଷ୍ୟ ନିମନ୍ତେ ମଙ୍ଗଳ ଅଟେ।
28 ヱホバこれを負せたまふなれば獨坐して黙すべし
ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖିଅଛନ୍ତି।
29 口を塵につけよ あるひは望あらん
ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ।
30 おのれを撃つ者に頬をむけ 充足れるまでに恥辱をうけよ
ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇ ଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ।
31 そは主は永久に棄ることを爲したまはざるべければなり
କାରଣ ପ୍ରଭୁ ସଦାକାଳ ପରିତ୍ୟାଗ କରିବେ ନାହିଁ।
32 かれは患難を與へ給ふといへどもその慈悲おほいなればまた憐憫を加へたまふなり
କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।
33 心より世の人をなやましかつ苦しめ給ふにはあらざるなり
କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ୱେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ।
34 世のもろもろの俘囚人を脚の下にふみにじり
ପୃଥିବୀର ବନ୍ଦୀସକଳ ପଦ ତଳେ ଦଳିତ ହେବାର,
35 至高者の面の前にて人の理を抂げ
ସର୍ବୋପରିସ୍ଥଙ୍କ ସମ୍ମୁଖରେ ମନୁଷ୍ୟର ସତ୍ତ୍ୱ ଅନ୍ୟଥା ହେବାର,
36 人の詞訟を屈むることは主のよろこび給はざるところなり
ମନୁଷ୍ୟର ବିବାଦ ଅଯଥାର୍ଥ ରୂପେ ନିଷ୍ପତ୍ତି ହେବାର, ପ୍ରଭୁ ଭଲ ପାଆନ୍ତି ନାହିଁ।
37 主の命じたまふにあらずば誰か事を述んにその事即ち成んや
ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି?
38 禍も福もともに至高者の口より出るにあらずや
ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ?
39 活る人なんぞ怨言べけんや 人おのれの罪の罰せらるるをつぶやくべけんや
ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ?
40 我等みづからの行をしらべかつ省みてヱホバに歸るべし
ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।
41 我ら天にいます神にむかひて手とともに心をも擧べし
ଆମ୍ଭେମାନେ ସ୍ୱର୍ଗ ନିବାସୀ ପରମେଶ୍ୱରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ।
42 われらは罪ををかし我らは叛きたり なんぢこれを赦したまはざりき
“ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।
43 なんぢ震怒をもてみづから蔽ひ 我らを追攻め殺してあはれまず
ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ।
44 雲をもてみづから蔽ひ 祈禱をして通ぜざらしめ
ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।
45 もろもろの民の中にわれらを塵埃となしたまへり
ତୁମ୍ଭେ ଗୋଷ୍ଠୀଗଣ ମଧ୍ୟରେ ଆମ୍ଭମାନଙ୍କୁ ଝଟା ଅଳିଆ ଓ ଅଗ୍ରାହ୍ୟ ବସ୍ତୁ ତୁଲ୍ୟ କରିଅଛ।
46 敵は皆われらにむかひて口を張れり
ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଆମ୍ଭମାନଙ୍କ ବିରୁଦ୍ଧରେ ଆପଣା ଆପଣା ମୁଖ ଫର୍ଚ୍ଚା କରି ମେଲାଇ ଅଛନ୍ତି।
47 恐懼と陷阱また暴行と滅亡我らに來れり
ତ୍ରାସ ଓ ଖାତ, ଉଜାଡ଼ ଓ ବିନାଶ ଆମ୍ଭମାନଙ୍କ ପ୍ରତି ଘଟିଅଛି।
48 わが民の女の滅亡によりてわが眼には涙の河ながる
ମୋʼ ଲୋକଙ୍କ କନ୍ୟାର ବିନାଶ ସକାଶୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି।
49 わが目は斷ず涙をそそぎて止ず
ଯେପର୍ଯ୍ୟନ୍ତ ସଦାପ୍ରଭୁ ସ୍ୱର୍ଗରୁ ଅନାଇ ନ ଦେଖନ୍ତି,
50 天よりヱホバの臨み見て顧みたまふ時にまで至らん
ସେଯାଏ, ମୋର ଚକ୍ଷୁ ଅବିଶ୍ରାନ୍ତ ଅଶ୍ରୁ ବର୍ଷାଉଅଛି, ନିବୃତ୍ତ ହେଉ ନାହିଁ।
51 わが邑の一切の女等の故によりてわが眼はわが心をいたましむ
ମୋʼ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋʼ ପ୍ରାଣକୁ ଦୁଃଖ ଆଣେ।
52 故なくして我に敵する者ども鳥を追ごとくにいたく我をおひ
ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି।
53 わが生命を坑の中にほろぼし わが上に石を投かけ
ସେମାନେ ଗର୍ତ୍ତରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି।
54 また水わが頭の上に溢る 我みづから言り滅びうせぬと
ମୋʼ ମସ୍ତକର ଉପର ଦେଇ ଜଳ ବହିଗଲା ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି।
55 ヱホバよ われ深き坑の底より汝の名を呼り
ହେ ସଦାପ୍ରଭୁ, ମୁଁ ଗଭୀରତମ କୂପ ମଧ୍ୟରୁ ତୁମ୍ଭ ନାମରେ ପ୍ରାର୍ଥନା କଲି।
56 なんぢ我が聲を聽きたまへり わが哀歎と祈求に耳をおほひたまふなかれ
ତୁମ୍ଭେ ମୋହର ରବ ଶୁଣିଲ ମୋର ନିଶ୍ୱାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ।
57 わが汝を龥たりし時なんぢは近よりたまひて恐るるなかれと宣へり
ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲ; ତୁମ୍ଭେ କହିଲ, ଭୟ କର ନାହିଁ।
58 主よなんぢはわが靈魂の訴を助け伸べ わが生命を贖ひ給へり
ହେ ପ୍ରଭୁ, ତୁମ୍ଭେ ମୋʼ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ।
59 ヱホバよ なんぢは我がかうむりたる不義を見たまへり 願はくは我に正しき審判を與へたまへ
ହେ ସଦାପ୍ରଭୁ, ମୋʼ ପ୍ରତି କୃତ ଅନ୍ୟାୟ ତୁମ୍ଭେ ଦେଖିଅଛ; ତୁମ୍ଭେ ମୋହର ବିଚାର ନିଷ୍ପତ୍ତି କର।
60 なんぢは彼らが我を怨み われを害せんとはかるを凡て見たまへり
ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଦେଖିଅଛ।
61 ヱホバよなんぢは彼らが我を詈り 我を害せんとはかるを凡て聞きたまへり
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଶୁଣିଅଛ;
62 かの立て我に逆らふ者等の言語およびその終日われを攻んとて運らす謀計もまた汝これを聞たまへり
ମୋʼ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋʼ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ।
63 ねがはくは彼らの起居をかんがみたまへ 我はかれらに歌ひそしらる
ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ୱରୂପ ହୋଇଅଛି।
64 ヱホバよ なんぢは彼らが手に爲すところに循がひて報をなし
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ।
65 かれらをして心くらからしめたまはん なんぢの呪詛かれらに歸せよ
ତୁମ୍ଭେ ସେମାନଙ୍କୁ ଚିତ୍ତର କଠିନତା, ତୁମ୍ଭର ଅଭିଶାପ ଦେବ।
66 なんぢは震怒をもてかれらを追ひ ヱホバの天の下よりかれらをほろぼし絶ちたまはん
ତୁମ୍ଭେ କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଇବ ଓ ସଦାପ୍ରଭୁଙ୍କ ଆକାଶମଣ୍ଡଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ।”

< 哀歌 3 >