< Micha Propheta 5 >

1 Nunc vastaberis filia latronis: obsidionem posuerunt super nos, in virga percutient maxillam iudicis Israel.
ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ।
2 ET TU BETHLEHEM Ephrata parvulus es in millibus Iuda: ex te mihi egredietur qui sit dominator in Israel, et egressus eius ab initio, a diebus æternitatis.
ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।
3 Propter hoc dabit eos usque ad tempus, in quo parturiens pariet: et reliquiæ fratrum eius convertentur ad filios Israel.
ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।
4 Et stabit, et pascet in fortitudine Domini, in sublimitate nominis Domini Dei sui: et convertentur, quia nunc magnificabitur usque ad terminos terræ.
ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ ହେବେ।
5 Et erit iste pax: cum venerit Assyrius in terram nostram, et quando calcaverit domibus nostris: et suscitabimus super eum septem pastores, et octo primates homines:
ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତି ସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା।
6 Et pascent terram Assur in gladio, et terram Nemrod in lanceis eius: et liberabit ab Assur cum venerit in terram nostram, et cum calcaverit in finibus nostris.
ପୁଣି, ସେମାନେ ଖଡ୍ଗ ଦ୍ୱାରା ଅଶୂରୀୟର ଦେଶ ଓ ନିମ୍ରୋଦ୍‍ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ; ପୁଣି, ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସି ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ ସେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।
7 Et erunt reliquiæ Iacob in medio populorum multorum quasi ros a Domino, et quasi stillæ super herbam, quæ non exspectat virum, et non præstolatur filios hominum.
ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।
8 Et erunt reliquiæ Iacob in Gentibus in medio populorum multorum, quasi leo in iumentis silvarum, et quasi catulus leonis in gregibus pecorum: qui cum transierit, et conculcaverit, et ceperit, non est qui eruat.
ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।
9 Exaltabitur manus tua super hostes tuos, et omnes inimici tui interibunt.
ତୁମ୍ଭ ବିପକ୍ଷଗଣର ଉପରେ ତୁମ୍ଭର ହସ୍ତ ଉନ୍ନତ ହେଉ ଓ ତୁମ୍ଭର ଶତ୍ରୁ ସମସ୍ତେ ଉଚ୍ଛିନ୍ନ ହେଉନ୍ତୁ।
10 Et erit in die illa, dicit Dominus: Auferam equos tuos de medio tui, et disperdam quadrigas tuas.
ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା;
11 Et perdam civitates terræ tuæ, et destruam omnes munitiones tuas,
ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;
12 et auferam maleficia de manu tua, et divinationes non erunt in te.
ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;
13 Et perire faciam sculptilia tua, et statuas tuas de medio tui: et non adorabis ultra opera manuum tuarum.
ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ।
14 Et evellam lucos tuos de medio tui: et conteram civitates tuas.
ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା।
15 Et faciam in furore et in indignatione ultionem in omnibus gentibus, quæ non audierunt.
ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା।

< Micha Propheta 5 >