< ପ୍ରଥମ ଶାମୁୟେଲ 29 >

1 ସେହି ସମୟରେ ପଲେଷ୍ଟୀୟମାନେ ଆପଣାମାନଙ୍କ ସୈନ୍ୟସାମନ୍ତ ସକଳ ଅଫେକରେ ଏକତ୍ର କଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ନିର୍ଝର ନିକଟରେ ଛାଉଣି ସ୍ଥାପନ କଲେ।
Wtedy Filistyni zebrali wszystkie swoje wojska w Afek. Izraelici zaś rozbili obóz przy źródle, które jest w Jizreel.
2 ଏଥିରେ ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶତ ଶତ ଓ ସହସ୍ର ସହସ୍ର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ; ଆଉ ଦାଉଦ ଓ ତାଙ୍କର ଲୋକମାନେ ଆଖୀଶ୍‍ ସହିତ ପଛେ ପଛେ ଅଗ୍ରସର ହେଲେ।
A książęta filistyńscy ciągnęli setkami i tysiącami, a Dawid i jego ludzie ciągnęli na końcu z Akiszem.
3 ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, “ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି?” ତହୁଁ ଆଖୀଶ୍‍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, “ଏ କʼଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋʼ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ।”
Książęta filistyńscy zapytali: Po co tutaj ci Hebrajczycy? Akisz odpowiedział książętom filistyńskim: Czyż to nie jest Dawid, sługa Saula, króla Izraela, który był przy mnie przez te dni, nawet przez te lata, a nie znalazłem w nim żadnej winy od tego dnia, kiedy zbiegł do mnie, aż po dziś dzień?
4 ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, “ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ?
Lecz książęta filistyńscy rozgniewali się i powiedzieli mu: Odpraw tego człowieka i niech wróci do swego miejsca, które mu wyznaczyłeś. Niech nie idzie z nami do bitwy, aby w czasie walki nie stał się naszym przeciwnikiem. Czym bowiem mógłby odzyskać łaskę u swego pana jak nie głowami tych mężczyzn?
5 ଏଇଟା କି ସେହି ଦାଉଦ ନୁହେଁ, ଯାହାର ବିଷୟ ଲୋକମାନେ ନୃତ୍ୟ କରୁ କରୁ ପରସ୍ପର ଗାନ କରି କହିଥିଲେ; ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”
Czyż to nie jest ten Dawid, o którym śpiewano wśród tańców: Pobił Saul swoje tysiące, lecz Dawid swoich dziesiątki tysięcy?
6 ଏଥିରେ ଆଖୀଶ୍‍ ଦାଉଦଙ୍କୁ ଡାକି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋʼ ସହିତ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଗମନାଗମନ ମୋʼ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋʼ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।
Wtedy Akisz wezwał Dawida i powiedział mu: Jak żyje PAN, jesteś prawy, a twoje wychodzenie ze mną z obozu i wchodzenie [do niego] było dobre w moich oczach. Nie znalazłem bowiem w tobie nic złego od dnia, kiedy przybyłeś do mnie, aż do dziś. Nie podobasz się jednak książętom.
7 ଏଣୁ ଏବେ ଫେର ଓ କୁଶଳରେ ଯାଅ, ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ନ କର।”
Teraz więc zawróć i idź w pokoju, byś nie czynił niczego, co byłoby złe w oczach książąt filistyńskich.
8 ତହୁଁ ଦାଉଦ ଆଖୀଶ୍‍କୁ କହିଲେ, “ମାତ୍ର ମୁଁ କଅଣ କଲି? ଓ ମୁଁ ଆପଣଙ୍କ ସମ୍ମୁଖରେ ଥିବା ଦିନାବଧି ଆଜି ପର୍ଯ୍ୟନ୍ତ ଆପଣଙ୍କ ଏହି ଦାସଠାରେ ଆପଣ କʼଣ ପାଇଲେ ଯେ, ମୁଁ ଯାଇ ମୋʼ ପ୍ରଭୁ ରାଜାଙ୍କ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବି ନାହିଁ?”
Dawid powiedział do Akisza: Cóż uczyniłem? Co znalazłeś u swego sługi od dnia, w którym byłem przy tobie, aż do dziś, że nie mogę wyruszyć do walki z wrogami swego pana, króla?
9 ଏଥିରେ ଆଖୀଶ୍‍ ଦାଉଦଙ୍କୁ ଉତ୍ତର ଦେଇ କହିଲା, “ମୁଁ ଜାଣେ, ତୁମ୍ଭେ ମୋʼ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ‘ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।’
Akisz odpowiedział Dawidowi: Wiem, że jesteś dobry w moich oczach, jak anioł Boga, ale książęta filistyńscy powiedzieli: Niech nie wyrusza z nami do bitwy.
10 ଏହେତୁ ତୁମ୍ଭେ ଓ ତୁମ୍ଭ ସହିତ ଆଗତ ତୁମ୍ଭ ପ୍ରଭୁର ଦାସମାନେ ଅତି ପ୍ରଭାତରେ ଉଠ ଓ ଅତି ପ୍ରଭାତରେ ଉଠିଲାକ୍ଷଣି ଆଲୁଅ ହେଲେ ପ୍ରସ୍ଥାନ କର।”
Dlatego wstań wcześnie rano wraz ze sługami swego pana, którzy przyszli z tobą. Wstańcie skoro świt i odejdźcie.
11 ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।
Dawid wraz ze swoimi ludźmi wstał więc wcześnie rano, aby odejść i powrócić do ziemi Filistynów. Filistyni zaś nadciągnęli do Jizreel.

< ପ୍ରଥମ ଶାମୁୟେଲ 29 >