< ଦ୍ୱିତୀୟ ରାଜାବଳୀ 12 >

1 ଯେହୂଙ୍କ ରାଜତ୍ଵର ସପ୍ତମ ବର୍ଷରେ ଯୋୟାଶ୍‍ ରାଜତ୍ୱ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ସିବୀୟା, ସେ ବେର୍‍ଶେବା ନିବାସିନୀ ଥିଲେ।
In the seventh year of Jehu, the reign of Joash began; he reigned for forty years in Jerusalem. His mother's name was Zibiah, of Beersheba.
2 ଯିହୋୟାଦା ଯାଜକ ଯୋୟାଶ୍‍ଙ୍କୁ ଯେତେ ଦିନ ଶିକ୍ଷା ଦେଲା, ସେତେ ଦିନ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
Joash did what was right in the eyes of Yahweh all the time, because Jehoiada the priest was instructing him.
3 ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
But the high places were not taken away. The people still sacrificed and burned incense on the high places.
4 ଏଥିଉତ୍ତାରେ ଯୋୟାଶ୍‍ ଯାଜକମାନଙ୍କୁ କହିଲେ, “ପବିତ୍ରୀକୃତ ବସ୍ତୁର ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଯାଏ, ଅର୍ଥାତ୍‍, ପ୍ରଚଳିତ ମୁଦ୍ରା, ପ୍ରାଣୀମାନଙ୍କ ନିମନ୍ତେ ପ୍ରତ୍ୟେକ ଲୋକ ଉପରେ ନିରୂପିତ ମୁଦ୍ରା ଓ ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ କୌଣସି ମନୁଷ୍ୟର ମନରେ ବାଞ୍ଛା ହୁଏ,
Joash said to the priests, “All the money that is brought in as sacred offerings into the house of Yahweh, that money for which each person is assessed—whether it is the money collected in the census, or the money received from personal vows, or the money brought in by people motivated by Yahweh in their hearts to give—
5 ତାହାସବୁ ଯାଜକମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆପଣାମାନଙ୍କ ପାଇଁ ଗ୍ରହଣ କରନ୍ତୁ; ପୁଣି ସେହି ଗୃହର ଯେକୌଣସି ସ୍ଥାନ ଭଗ୍ନ ଦେଖାଯାଏ, ତାହାସବୁ ସେମାନେ ପୁନଃନିର୍ମାଣ କରନ୍ତୁ।”
the priests should receive the money from one of their treasurers and repair whatever damage is found in the temple.”
6 ମାତ୍ର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନଃନିର୍ମାଣ କରି ନ ଥିଲେ।
But by the twenty-third year of King Joash, the priests had not repaired anything in the temple.
7 ତହିଁରେ ଯୋୟାଶ୍‍ ରାଜା ଯିହୋୟାଦା ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନଃନିର୍ମାଣ କରୁ ନାହଁ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନ ସ୍ଥାନ ନିମନ୍ତେ ତାହା ସମର୍ପଣ କର।”
Then King Joash called for Jehoiada the priest and for the other priests; he said to them, “Why have you not repaired anything in the temple? Now take no more money from your taxpayers, but take what has been collected for repairs of the temple and give it to those who can make the repairs.”
8 ତହିଁରେ ଯାଜକମାନେ ଲୋକମାନଙ୍କଠାରୁ ଆଉ ମୁଦ୍ରା ଗ୍ରହଣ ନ କରିବାକୁ, ଅବା ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ ନ କରିବାକୁ ସମ୍ମତ ହେଲେ।
So the priests consented to take no more money from the people and not repair the temple themselves.
9 ମାତ୍ର ଯିହୋୟାଦା ଯାଜକ ଏକ ସିନ୍ଦୁକ ନେଇ ତହିଁର ଢାଙ୍କୁଣୀରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ ସ୍ଥାନର ଦକ୍ଷିଣ ପାର୍ଶ୍ୱରେ ରଖିଲା; ପୁଣି ଦ୍ୱାରରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରାସବୁ ତହିଁ ଭିତରେ ରଖିଲେ।
Instead, Jehoiada the priest took a chest, bored a hole in its lid, and set it beside the altar, on the right side as one comes into the house of Yahweh. The priests who were guarding the temple entrance put into it all the money that was brought to the house of Yahweh.
10 ଏଥିଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ।
Whenever they saw that there was much money in the chest, the king's scribe and the high priest would come and put the money in bags and then count it, the money found in the temple of Yahweh.
11 ପୁଣି ସେମାନେ ସେହି ପରିମିତ ମୁଦ୍ରା ସଦାପ୍ରଭୁଙ୍କ ଗୃହର କର୍ମକାରକ ଅଧ୍ୟକ୍ଷମାନଙ୍କ ହସ୍ତରେ ଦେଲେ; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀ ସୂତ୍ରଧର ଓ ଗାନ୍ଥକ
They gave the money that was weighed out into the hands of men who took care of the temple of Yahweh. They paid it out to the carpenters and the builders who worked on the temple of Yahweh,
12 ଓ ରାଜମିସ୍ତ୍ରୀ ଓ ପ୍ରସ୍ତର ଖୋଦକମାନଙ୍କୁ, ଆଉ ସଦାପ୍ରଭୁଙ୍କ ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବାକୁ ଓ ଗୃହର ପୁନଃନିର୍ମାଣ କରିବାକୁ ପ୍ରୟୋଜନୀୟ ସର୍ବପ୍ରକାର ବ୍ୟୟ ପାଇଁ ତାହା ଦେଲେ।
and to the masons and the stonecutters, for buying timber and cutting stone to repair the temple of Yahweh, and for all that was needed to be paid to repair it.
13 ମାତ୍ର ସଦାପ୍ରଭୁଙ୍କ ଗୃହକୁ ଆନୀତ ସେହି ମୁଦ୍ରା ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ରୌପ୍ୟ ପାତ୍ର, କତୁରୀ, କୁଣ୍ଡ, ତୂରୀ, କୌଣସି ସୁବର୍ଣ୍ଣ ପାତ୍ର, କିଅବା ରୌପ୍ୟ ପାତ୍ର ନିର୍ମିତ ହେଲା ନାହିଁ।
But the money that was brought into the house of Yahweh did not pay to make for it any silver cups, lamp trimmers, basins, trumpets, or any gold or silver furnishing.
14 କାରଣ ସେମାନେ କର୍ମକାରୀମାନଙ୍କୁ ସେହି ମୁଦ୍ରା ଦେଇ ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ପୁନଃନିର୍ମାଣ କଲେ।
They gave this money to those who did the work of repairing the house of Yahweh.
15 ମାତ୍ର ସେମାନେ କର୍ମକାରୀମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ମୁଦ୍ରା ସମର୍ପଣ କଲେ, ସେମାନଙ୍କଠାରୁ ହିସାବ ନେଲେ ନାହିଁ; କାରଣ ସେମାନେ ବିଶ୍ୱସ୍ତ ଭାବରେ କର୍ମ କଲେ।
In addition, they did not require the money paid for repairs to be accounted for by the men who received it and paid it to the workmen, because these men were honest.
16 ଦୋଷାର୍ଥକ ବଳି ଓ ପାପାର୍ଥକ ବଳିର ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଗଲା ନାହିଁ, ତାହା ଯାଜକମାନଙ୍କର ହେଲା।
But the money for the guilt offerings and the money for the sin offerings was not brought into the temple of Yahweh, because it belonged to the priests.
17 ସେସମୟରେ ଅରାମର ରାଜା ହସାୟେଲ ଯାତ୍ରା କରି ଗାଥ୍‍ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲା; ତହିଁ ଉତ୍ତାରେ ହସାୟେଲ ଯିରୂଶାଲମ ଆଡ଼କୁ ଯିବା ପାଇଁ ମୁଖ କଲା।
Then Hazael king of Aram attacked and fought against Gath, and took it. Hazael then turned to attack Jerusalem.
18 ତହିଁରେ ଯିହୁଦାର ରାଜା ଯୋୟାଶ୍‍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍‍ ଓ ଯିହୋରାମ୍‍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ଓ ରାଜଗୃହସ୍ଥ ଭଣ୍ଡାରରେ ପ୍ରାପ୍ତ ସମସ୍ତ ସ୍ୱର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରିଗଲା।
Joash king of Judah took all the things that Jehoshaphat and Jehoram and Ahaziah, his fathers, kings of Judah, had set apart, and what he had set apart, and all the gold that was found in the storerooms of the houses of Yahweh and of the king and he sent them to Hazael king of Aram. Then Hazael went away from Jerusalem.
19 ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
As for the other matters concerning Joash, all that he did, are they not written in the book of the events of the kings of Judah?
20 ଏଥିଉତ୍ତାରେ ତାଙ୍କର ଦାସମାନେ ଉଠି ଚକ୍ରାନ୍ତ କରି ସିଲ୍ଲାକୁ ଯିବା ପଥରେ ମିଲ୍ଲୋ ନାମକ ଗୃହରେ ଯୋୟାଶ୍‍ଙ୍କୁ ବଧ କଲେ।
His servants arose and plotted together; they attacked Joash in Beth Millo, on the way that goes down to Silla.
21 ଶିମୀୟତର ପୁତ୍ର ଯୋଷାଖର୍‍ ଓ ଶୋମରର ପୁତ୍ର ଯିହୋଷାବଦ୍‍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦ-ନଗରରେ ଯୋୟାଶ୍‍ଙ୍କୁ ତାଙ୍କର ପିତୃଲୋକଙ୍କ ସହିତ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍‍ସୀୟ ତାଙ୍କ ପଦରେ ରାଜ୍ୟ କଲେ।
Jozabad son of Shimeath, and Jehozabad son of Shomer, his servants, attacked him, and he died. They buried Joash with his ancestors in the city of David, and Amaziah, his son, became king in his place.

< ଦ୍ୱିତୀୟ ରାଜାବଳୀ 12 >