< ଯିରିମୀୟ 31 >

1 “ସଦାପ୍ରଭୁ କହନ୍ତି, ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
W tym czasie, mówi PAN, będę Bogiem wszystkich rodów Izraela, a one będą moim ludem.
2 ସଦାପ୍ରଭୁ ଏହି କଥା କହନ୍ତି, “ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ ପ୍ରାନ୍ତରରେ ଅନୁଗ୍ରହପ୍ରାପ୍ତ ହେଲେ, ଅର୍ଥାତ୍‍, ଆମ୍ଭେ ତାହାକୁ ବିଶ୍ରାମ ଦେବା ପାଇଁ ଗମନ କଲା ବେଳେ ଇସ୍ରାଏଲ ତାହା ପ୍ରାପ୍ତ ହେଲା।”
Tak mówi PAN: Lud, który ocalał od miecza, znalazł łaskę na pustyni, gdy kroczyłem przed nim, aby dać odpoczynek Izraelowi.
3 “ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।
[Powiedz]: Dawno PAN mi się ukazał, [mówiąc]: Owszem, umiłowałem cię wieczną miłością, dlatego przyciągam cię swoim miłosierdziem.
4 ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।
Odbuduję cię znowu i będziesz odbudowana, dziewico Izraela! Znowu przyozdobisz się w swe bębenki i wystąpisz wśród tańców pełnych wesela.
5 ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ରୋପଣକାରୀମାନେ ରୋପଣ କରି ତହିଁର ଫଳ ଭୋଗ କରିବେ।
Znów będziesz sadziła winnice na górach Samarii; siewcy będą sadzić i spożywać [z tego].
6 କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ‘ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ, ଏପରି ଦିନ ଆସିବ।’”
Nastanie bowiem dzień, kiedy stróże będą wołać na górze Efraim: Wstańcie, wejdźmy na Syjon do PANA, swego Boga.
7 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।’
Tak bowiem mówi PAN: Śpiewajcie radośnie dla Jakuba i wykrzykujcie przed przodującym wśród narodów. Głoście, wychwalajcie i mówcie: PANIE, wybaw resztkę twego ludu Izraela.
8 ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ।
Oto przyprowadzę ich z ziemi północnej i zgromadzę ich z krańców ziemi; wśród nich będą ślepi i chromi, brzemienne i rodzące. Powrócą tu wielką gromadą.
9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।
Przyjdą z płaczem i przyprowadzę ich wśród modlitw, a poprowadzę ich nad strumienie wód prostą drogą, na której się nie potkną. Jestem bowiem ojcem dla Izraela, a Efraim jest moim pierworodnym.
10 ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, ‘ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।’
Słuchajcie słowa PANA, o narody, głoście [je] na dalekich wyspach i mówcie: Ten, który rozproszył Izraela, zgromadzi go i będzie go strzec jak pasterz swoich trzód.
11 କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।
PAN bowiem wykupił Jakuba i wybawił go z ręki silniejszego od niego.
12 ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।
Przyjdą więc i będą śpiewać na wyżynie Syjonu, i zbiegną się do dobroci PANA za zboże, za wino i za oliwę, za jagnięta i za cielęta, a ich dusza będzie jak nawodniony ogród i już nie będą się smucić.
13 ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।
Wtedy dziewica będzie radować się wśród pląsów, także młodzieńcy i starcy razem. Zamienię bowiem ich żałobę w radość, pocieszę ich i rozraduję po ich smutku.
14 ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।
I nasycę duszę ich kapłanów tłuszczem, a mój lud nasyci się moją dobrocią, mówi PAN.
15 ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ ହାହାକାର ଓ ତୀବ୍ର ରୋଦନର ଶବ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି।”
Tak mówi PAN: W Rama słychać głos, lament i gorzki płacz: Rachel opłakuje swoich synów, nie daje się pocieszyć po [stracie] swoich synów, bo ich już nie ma.
16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭ କ୍ରନ୍ଦନର ଶବ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ, ଏହା ସଦାପ୍ରଭୁ କହନ୍ତି; ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ।
Tak mówi PAN: Powstrzymaj swój głos od płaczu, a swe oczy od łez, bo otrzymasz zapłatę za swoją pracę, mówi PAN. Powrócą z ziemi wroga.
17 ସଦାପ୍ରଭୁ କହନ୍ତି, ତୁମ୍ଭର ଅନ୍ତିମକାଳ ବିଷୟରେ ପ୍ରତ୍ୟାଶା ଅଛି; ଆଉ, ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣାମାନଙ୍କର ସୀମାକୁ ଆସିବେ।
Jest nadzieja na twój kres – mówi PAN – [twoi] synowie powrócą do swojej krainy.
18 ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।
Zaprawdę, usłyszałem jak Efraim się użala: Karciłeś mnie i poniosłem karę jak nieokiełznane cielę. Nawróć mnie, a będę nawrócony, bo ty jesteś PANEM, moim Bogiem.
19 ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।’
Bo po moim nawróceniu pokutowałem; gdy poznałem samego siebie, uderzyłem się w biodro; wstydzę się i rumienię, gdyż noszę hańbę swej młodości.
20 ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା, ଏହା ସଦାପ୍ରଭୁ କହନ୍ତି।
Czyż Efraim nie jest moim drogim synem? Czyż nie [jest] rozkoszny? Ilekroć bowiem mówię przeciwko niemu, nieustannie go wspominam. Dlatego wzrusza się moje wnętrze z jego powodu; na pewno zlituję się nad nim, mówi PAN.
21 ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥ ଚିହ୍ନ ରଖ ଓ ପଥପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର; ତୁମ୍ଭେ ଯେଉଁ ପଥରେ ଗମନ କରିଥିଲ, ସେହି ରାଜପଥରେ ମନୋନିବେଶ କର; ହେ ଇସ୍ରାଏଲ କୁମାରୀ, ଫେରି ଆସ, ତୁମ୍ଭର ଏହିସବୁ ନଗରକୁ ଫେରି ଆସ।
Postaw sobie drogowskazy, połóż sobie stosy kamieni. Zwróć swoje serce na gościniec, na drogę, [którą] chodziłaś. Powróć, dziewico Izraela! Powróć do tych swoich miast.
22 ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”
Jak długo będziesz się błąkać, córko uparta? PAN bowiem stworzył nową rzecz na ziemi: kobieta ogarnie mężczyznę.
23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’
Tak mówi PAN zastępów, Bóg Izraela: Jeszcze będą mówić to słowo w ziemi Judy i w jej miastach, gdy odwrócę ich niewolę: Niech PAN cię błogosławi, mieszkanie sprawiedliwości, góro świętości!
24 ପୁଣି, ଯିହୁଦା ଓ ତହିଁର ନଗରସକଳ, ଆଉ କୃଷକ ଓ ପଲ ନେଇ ଭ୍ରମଣକାରୀମାନେ ତହିଁ ମଧ୍ୟରେ ଏକତ୍ର ବାସ କରିବେ।
Zamieszkają bowiem w ziemi Judy i we wszystkich jego miastach razem rolnicy i ci, którzy chodzą za stadem.
25 କାରଣ ଆମ୍ଭେ କ୍ଳାନ୍ତ ପ୍ରାଣକୁ ପରିତୃପ୍ତ କରିଅଛୁ, ପ୍ରତ୍ୟେକ ଦୁଃଖିତ ପ୍ରାଣକୁ ପରିପୂର୍ଣ୍ଣ କରିଅଛୁ।”
Napoiłem spragnioną duszę i nasyciłem wszelką smutną duszę.
26 ଏଥିରେ ମୁଁ ଜାଗ୍ରତ ହୋଇ ଦେଖିଲି ଓ ମୋର ନିଦ୍ରା ମୋʼ ପ୍ରତି ସୁଖଦାୟକ ଥିଲା।
Wtedy się obudziłem i spojrzałem, a mój sen był dla mnie przyjemny.
27 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଅଛି।
Oto nadchodzą dni, mówi PAN, w których zasieję dom Izraela i dom Judy nasieniem ludzi i nasieniem zwierząt.
28 ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା, ଏହା ସଦାପ୍ରଭୁ କହନ୍ତି।
A jak się starałem ich wykorzeniać, burzyć, obalać, niszczyć i trapić, tak będę nad nimi czuwał, by ich budować i sadzić, mówi PAN.
29 ‘ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦାନ୍ତ ଖଟା ହୋଇଅଛି,’ ଏପରି କଥା ସେସମୟରେ ଆଉ କୁହାଯିବ ନାହିଁ।
W tych dniach już nie będą mówić: Ojcowie jedli cierpkie winogrona, a synom ścierpły zęby;
30 ମାତ୍ର ପ୍ରତ୍ୟେକ ଲୋକ ନିଜ ଅଧର୍ମ ସକାଶୁ ମରିବ, ଆଉ ଯେଉଁ ଜନ ଅମ୍ଳ ଦ୍ରାକ୍ଷାଫଳ ଖାଏ, ତାହାରି ଦାନ୍ତ ଖଟା ହେବ।
Lecz każdy umrze za swoją nieprawość. Każdemu człowiekowi, który zje cierpkie winogrona, ścierpną zęby.
31 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି;
Oto nadchodzą dni, mówi PAN, kiedy zawrę z domem Izraela i z domem Judy nowe przymierze;
32 ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।
Nie takie przymierze, jakie zawarłem z ich ojcami w dniu, kiedy ująłem ich za rękę, aby ich wyprowadzić z ziemi Egiptu. Oni bowiem złamali moje przymierze, chociaż ja byłem ich mężem, mówi PAN.
33 ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Ale takie będzie przymierze, które zawrę z domem Izraela po tych dniach, mówi PAN: Włożę moje prawo w ich wnętrzu i wypisze je na ich sercach. I będę ich Bogiem, a oni będą moim ludem.
34 ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
I nikt nie będzie już uczył swego bliźniego ani nikt swego brata, mówiąc: Poznaj PANA, bo wszyscy będą mnie znali, od najmniejszego aż do największego z nich, mówi PAN. Przebaczę bowiem ich nieprawość, a ich grzechów nigdy więcej nie wspomnę.
35 ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜ୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି:
Tak mówi PAN, który daje słońce na światłość w dzień, prawa księżyca i gwiazd na światłość w nocy; który rozdziela morze tak, że huczą jego fale; PAN zastępów – to jego imię.
36 “ଯଦି ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ, ତେବେ ଇସ୍ରାଏଲ ବଂଶ ହିଁ ଆମ୍ଭ ସମ୍ମୁଖରେ ସଦାକାଳ ଏକ ଗୋଷ୍ଠୀ ହୋଇ ରହିବା ପାଇଁ ନିବୃତ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।
Gdyby te prawa ustały przede mną, mówi PAN, wtedy [i] potomstwo Izraela przestanie być narodem przede mną na wieki.
37 ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରିଦେବା,” ଏହା ସଦାପ୍ରଭୁ କହନ୍ତି।
Tak mówi PAN: Jeśli można zmierzyć niebiosa w górze i zbadać fundamenty ziemi w dole, wtedy i ja odrzucę całe potomstwo Izraela za to wszystko, co uczynili, mówi PAN.
38 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ନଗର ହନନେଲର ଦୁର୍ଗଠାରୁ କୋଣ ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ, ଏପରି ସମୟ ଆସୁଅଛି।
Oto nadchodzą dni, mówi PAN, w których to miasto zostanie odbudowane PANU od Wieży Chananeela aż do Bramy Narożnej;
39 ଆଉ, ସେଠାରୁ ପରିମାଣ ରଜ୍ଜୁ ଗାରେବ୍‍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ବୁଲି ଗୋୟା ପର୍ଯ୍ୟନ୍ତ ଯିବ।
I będzie się ciągnął dalej sznur mierniczy na wprost ku wzgórzu Gareb, a potem zwróci się ku Goa.
40 ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।”
I cała dolina trupów i popiołu, wszystkie pola aż do potoku Cedron i narożnika Bramy Końskiej ku wschodowi będą poświęcone PANU. Nie zostaną już wykorzenione ani zburzone na wieki.

< ଯିରିମୀୟ 31 >