< Даниил 10 >

1 В третий год Кира, царя Персидского, было откровение Даниилу, который назывался именем Валтасара; и истинно было это откровение и великой силы. Он понял это откровение и уразумел это видение.
ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ତୃତୀୟ ବର୍ଷରେ ବେଲ୍‍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା।
2 В эти дни я, Даниил, был в сетовании три седмицы дней.
ସେହି ସମୟରେ ମୁଁ, ଦାନିୟେଲ, ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି।
3 Вкусного хлеба я не ел; мясо и вино не входило в уста мои, и мастями я не умащал себя до исполнения трех седмиц дней.
ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ୱାଦୁ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋʼ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ।
4 А в двадцать четвертый день первого месяца был я на берегу большой реки Тигра,
ପୁଣି, ପ୍ରଥମ ମାସର ଚତୁର୍ବିଂଶ ଦିନରେ ମୁଁ ହିଦ୍ଦେକଲ ନାମକ ମହାନଦୀ ତୀରରେ ଥିବା ବେଳେ,
5 и поднял глаза мои, и увидел: вот один муж, облеченный в льняную одежду, и чресла его опоясаны золотом из Уфаза.
ମୁଁ ଚକ୍ଷୁ ଖୋଲି ଦେଖିଲି, ଆଉ ଦେଖ, ଶୁକ୍ଳବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟି ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;
6 Тело его - как топаз, лице его - как вид молнии; очи его - как горящие светильники, руки его и ноги его по виду - как блестящая медь, и глас речей его - как голос множества людей.
ମଧ୍ୟ ତାଙ୍କ ଶରୀର ବୈଦୁର୍ଯ୍ୟମଣି ତୁଲ୍ୟ ଓ ତାଙ୍କ ମୁଖ ବିଦ୍ୟୁତ୍‍ର ଆଭା ତୁଲ୍ୟ ଓ ତାଙ୍କ ଚକ୍ଷୁ ଜ୍ୱଳ; ମଶାଲ ତୁଲ୍ୟ, ଆଉ ତାଙ୍କ ହସ୍ତ ଓ ପାଦ ପରିଷ୍କୃତ ପିତ୍ତଳର ଆଭା ତୁଲ୍ୟ ଓ ତାଙ୍କ ବାକ୍ୟର ରବ ଲୋକସମୂହର ରବ ତୁଲ୍ୟ।
7 И только один я, Даниил, видел это видение, а бывшие со мною люди не видели этого видения; но сильный страх напал на них и они убежали, чтобы скрыться.
ପୁଣି, ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣା ଆପଣାକୁ ଲୁଚାଇବା ପାଇଁ ପଳାଇଲେ।
8 И остался я один и смотрел на это великое видение, но во мне не осталось крепости, и вид лица моего чрезвычайно изменился, не стало во мне бодрости.
ତହିଁରେ ମୁଁ ଏକାକୀ ରହି ଏହି ମହା ଦର୍ଶନ ଦେଖିଲି ଓ ମୋʼ ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ।
9 И услышал я глас слов его; и как только услышал глас слов его, в оцепенении пал я на лице мое и лежал лицом к земле.
ତଥାପି ମୁଁ ତାଙ୍କ ବାକ୍ୟର ରବ ଶୁଣିଲି; ଆଉ, ଯେତେବେଳେ ମୁଁ ତାଙ୍କ ବାକ୍ୟର ରବ ଶୁଣିଲି, ସେତେବେଳେ ମୁଁ ଉବୁଡ଼ ହୋଇ ଘୋର ନିଦ୍ରାରେ ପଡ଼ିଥିଲି।
10 Но вот, коснулась меня рука и поставила меня на колени мои и на длани рук моих.
ଏଥିରେ ଦେଖ, ଏକ ହସ୍ତ ସ୍ପର୍ଶ କରି ମୋତେ ଆଣ୍ଠୁ ଓ ହସ୍ତ ପାପୁଲିରେ ନିର୍ଭର କରାଇଲା।
11 И сказал он мне: “Даниил, муж желаний! вникни в слова, которые я скажу тебе, и стань прямо на ноги твои; ибо к тебе я послан ныне”. Когда он сказал мне эти слова, я встал с трепетом.
ପୁଣି, ସେ ମୋତେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ;” ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି।
12 Но он сказал мне: “не бойся, Даниил; с первого дня, как ты расположил сердце твое, чтобы достигнуть разумения и смирить тебя пред Богом твоим, слова твои услышаны, и я пришел бы по словам твоим.
ଏଥିରେ ସେ ମୋତେ କହିଲେ, “ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ।
13 Но князь царства Персидского стоял против меня двадцать один день; но вот, Михаил, один из первых князей, пришел помочь мне, и я остался там при царях Персидских.
ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ।
14 А теперь я пришел возвестить тебе, что будет с народом твоим в последние времена, так как видение относится к отдаленным дням”.
ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି।”
15 Когда он говорил мне такие слова, я припал лицом моим к земле и онемел.
ସେ ମୋତେ ଏରୂପ କଥା କହିଲା ଉତ୍ତାରେ ମୁଁ ଭୂମି ଆଡ଼େ ମୁଖ କରି ଅବାକ୍ ହେଲି।
16 Но вот, некто, по виду похожий на сынов человеческих, коснулся уст моих, и я открыл уста мои, стал говорить и сказал стоящему передо мною: “господин мой! от этого видения внутренности мои повернулись во мне, и не стало во мне силы.
ଏଥିରେ ଦେଖ, ମନୁଷ୍ୟ-ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋʼ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, “ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ।
17 И как может говорить раб такого господина моего с таким господином моим? ибо во мне нет силы, и дыхание замерло во мне”.
କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋʼ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିପାରେ? ସେହିକ୍ଷଣେ ମୋʼ ଠାରେ କିଛି ବଳ ଅବା ମୋʼ ମଧ୍ୟରେ ଶ୍ୱାସ ରହିଲା ନାହିଁ।”
18 Тогда снова прикоснулся ко мне тот человеческий облик и укрепил меня
ସେତେବେଳେ ମନୁଷ୍ୟର ଆକୃତିବିଶିଷ୍ଟ ଜଣେ ଲୋକ ପୁନର୍ବାର ମୋତେ ସ୍ପର୍ଶ କରି ସବଳ କଲେ।
19 и сказал: “не бойся, муж желаний! мир тебе; мужайся, мужайся!” И когда он говорил со мною, я укрепился и сказал: “говори, господин мой; ибо ты укрепил меня”.
ପୁଣି, ସେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ!” ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, “ମୋର ପ୍ରଭୁ କୁହନ୍ତୁ କାରଣ ତୁମ୍ଭେ ମୋତେ ସବଳ କରିଅଛ।”
20 И он сказал: “знаешь ли, для чего я пришел к тебе? Теперь я возвращусь, чтобы бороться с князем Персидским; а когда я выйду, то вот, придет князь Греции.
ତହିଁରେ ସେ କହିଲେ, “ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍‍ର ଅଧିପତି ଆସିବ।
21 Впрочем я возвещу тебе, что начертано в истинном писании; и нет никого, кто поддерживал бы меня в том, кроме Михаила, князя вашего.
ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି।

< Даниил 10 >