< Yaratiliş 30 >

1 Rahel Yakup'a çocuk doğuramayınca, ablasını kıskanmaya başladı. Yakup'a, “Bana çocuk ver, yoksa öleceğim” dedi.
ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।”
2 Yakup Rahel'e öfkelendi. “Çocuk sahibi olmanı Tanrı engelliyor. Ben Tanrı değilim ki!” diye karşılık verdi.
ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।”
3 Rahel, “İşte cariyem Bilha” dedi, “Onunla yat, benim için çocuk doğursun, ben de aile kurayım.”
ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍‌ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋʼ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।”
4 Rahel cariyesi Bilha'yı eş olarak kocasına verdi. Yakup onunla yattı.
ପୁଣି, ସେ ଆପଣା ଦାସୀ ବିଲ୍‌ହାକୁ ତାହା ସହିତ ବିବାହ ଦେଲା।
5 Bilha hamile kalıp Yakup'a bir erkek çocuk doğurdu.
ତହୁଁ ଯାକୁବ ତାହାର ସହବାସ କରନ୍ତେ, ବିଲ୍‌ହା ଗର୍ଭବତୀ ହୋଇ ଯାକୁବର ଗୋଟିଏ ପୁତ୍ର ପ୍ରସବ କଲା।
6 Rahel, “Tanrı beni haklı çıkardı” dedi, “Yakarışımı duyup bana bir oğul verdi.” Bu yüzden çocuğa Dan adını verdi.
ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।
7 Rahel'in cariyesi Bilha yine hamile kaldı ve Yakup'a ikinci bir oğul doğurdu.
ଏଥିଉତ୍ତାରେ ରାହେଲର ଦାସୀ ବିଲ୍‌ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।
8 Rahel, “Ablama karşı büyük savaşım verdim ve onu yendim” diyerek çocuğa Naftali adını verdi.
ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା।
9 Lea artık doğum yapamadığını görünce, cariyesi Zilpa'yı Yakup'a eş olarak verdi.
ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା।
10 Zilpa Yakup'a bir erkek çocuk doğurdu.
ତହିଁରେ ଲେୟାର ଦାସୀ ସିଳ୍ପାଠାରୁ ଯାକୁବର ଗୋଟିଏ ପୁତ୍ର ଜାତ ହେଲା।
11 Lea, “Uğurum!” diyerek çocuğa Gad adını verdi.
ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ!” ଏଥିପାଇଁ ତାହାର ନାମ ଗାଦ୍‍ (ସୌଭାଗ୍ୟ) ରଖିଲା।
12 Lea'nın cariyesi Zilpa Yakup'a ikinci bir oğul doğurdu.
ଏଥିଉତ୍ତାରେ ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।
13 Lea, “Mutluyum!” dedi, “Kadınlar bana ‘Mutlu’ diyecek.” Ve çocuğa Aşer adını verdi.
ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।
14 Ruben hasat mevsimi tarlaya gitti. Orada adamotu bulup annesi Lea'ya getirdi. Rahel Lea'ya, “Lütfen oğlunun getirdiği adamotundan bana da ver” dedi.
ଏଥିଉତ୍ତାରେ ଗହମ କଟା ସମୟରେ ରୁବେନ୍‍ ବାହାରେ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣା ମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲା, “ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।”
15 Lea, “Kocamı aldığın yetmez mi? Bir de oğlumun adamotunu mu istiyorsun?” diye karşılık verdi. Rahel, “Öyle olsun” dedi, “Oğlunun adamotuna karşılık kocam bu gece seninle yatsın.”
ତହିଁରେ ସେ କହିଲା, “ତୁମ୍ଭେ ମୋʼ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ? ତୁମ୍ଭେ ମୋʼ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।”
16 Akşamleyin Yakup tarladan dönerken Lea onu karşılamaya gitti. Yakup'a, “Benimle yatacaksın” dedi, “Oğlumun adamotuna karşılık bu gece benimsin.” Yakup o gece onunla yattı.
ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋʼ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା।
17 Tanrı Lea'nın duasını işitti. Lea hamile kalıp Yakup'a beşinci oğlunu doğurdu.
ତହିଁରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣନ୍ତେ, ସେ ଗର୍ଭବତୀ ହୋଇ ଯାକୁବର ପଞ୍ଚମ ପୁତ୍ର ପ୍ରସବ କଲା।
18 “Cariyemi kocama verdiğim için Tanrı beni ödüllendirdi” diyerek çocuğa İssakar adını verdi.
ତେବେ ଲେୟା କହିଲା, “ମୁଁ ସ୍ୱାମୀକୁ ଆପଣା ଦାସୀ ଦେଇଥିଲି, ପରମେଶ୍ୱର ତାହାର ବେତନ ମୋତେ ଦେଇଅଛନ୍ତି,” ଏହେତୁ ସେ ତାହାର ନାମ ଇଷାଖର ରଖିଲା।
19 Lea yine hamile kaldı ve Yakup'a altıncı oğlunu doğurdu.
ଏଥିଉତ୍ତାରେ ଲେୟା ପୁନର୍ବାର ଗର୍ଭଧାରଣ କରି ଯାକୁବର ଷଷ୍ଠ ପୁତ୍ର ପ୍ରସବ କଲା।
20 “Tanrı bana iyi bir armağan verdi” dedi, “Artık kocam bana değer verir. Çünkü ona altı erkek çocuk doğurdum.” Ve çocuğa Zevulun adını verdi.
ତହୁଁ ଲେୟା କହିଲା, “ପରମେଶ୍ୱର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋʼ ସ୍ୱାମୀ ମୋʼ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି,” ଏହେତୁ ସେ ତାହାର ନାମ ସବୂଲୂନ ରଖିଲା।
21 Bir süre sonra Lea bir kız doğurdu ve adını Dina koydu.
ଏଉତ୍ତାରେ ସେ ଏକ କନ୍ୟା ପ୍ରସବ କରନ୍ତେ, ତାହାର ନାମ ଦୀଣା ରଖିଲା।
22 Tanrı Rahel'i anımsadı, onun duasını işiterek çocuk sahibi olmasını sağladı.
ଏଥିଉତ୍ତାରେ ପରମେଶ୍ୱର ରାହେଲକୁ ସ୍ମରଣ କଲେ ଓ ପରମେଶ୍ୱର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ।
23 Rahel hamile kaldı ve bir erkek çocuk doğurdu. “Tanrı utancımı kaldırdı. RAB bana bir oğul daha versin!” diyerek çocuğa Yusuf adını verdi.
ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ।”
ଏଣୁ ସେ ତାହାର ନାମ ଯୋଷେଫ ଦେଇ, କହିଲା, “ସଦାପ୍ରଭୁ ମୋତେ ଆଉ ଏକ ପୁତ୍ର ଦିଅନ୍ତୁ।”
25 Rahel Yusuf'u doğurduktan sonra Yakup Lavan'a, “Beni gönder, evime, topraklarıma gideyim” dedi,
ଆଉ ରାହେଲଠାରୁ ଯୋଷେଫ ଜନ୍ମ ହେଲା ଉତ୍ତାରେ ଯାକୁବ ଲାବନକୁ କହିଲା, “ମୋତେ ବିଦାୟ କର, ମୁଁ ସ୍ୱ ସ୍ଥାନକୁ ଓ ନିଜ ଦେଶକୁ ଯିବି।
26 “Hizmetime karşılık karılarımı, çocuklarımı ver de gideyim. Sana nasıl hizmet ettiğimi biliyorsun.”
ମୁଁ ଯେଉଁମାନଙ୍କ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରିଅଛି, ମୋହର ସେହି ଭାର୍ଯ୍ୟାମାନଙ୍କୁ ଓ ପୁତ୍ରଗଣକୁ ନେଇ ଯିବାକୁ ଦିଅ; ଯେହେତୁ ଯେଉଁ ପ୍ରକାରେ ତୁମ୍ଭର ଦାସ୍ୟକର୍ମ କରିଅଛି, ତାହା ତୁମ୍ଭେ ଜ୍ଞାତ ଅଟ।”
27 Lavan, “Eğer benden hoşnutsan, burada kal” dedi, “Çünkü fala bakarak anladım ki, RAB senin sayende beni kutsadı.
ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋʼ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି।”
28 Alacağın neyse söyle, ödeyeyim.”
ଏହେତୁ “ତୁମ୍ଭେ ଆପେ ନିଜ ବେତନ ସ୍ଥିର କର, ମୁଁ ତାହା ତୁମ୍ଭକୁ ଦେବି।”
29 Yakup, “Sana nasıl hizmet ettiğimi, sürülerine nasıl baktığımı biliyorsun” diye karşılık verdi,
ତହୁଁ ଯାକୁବ ତାହାଙ୍କୁ କହିଲା, “ମୁଁ ତୁମ୍ଭର ଯେଉଁ ପ୍ରକାର ଦାସ୍ୟକର୍ମ କରିଅଛି ଓ ମୋʼ ନିକଟରେ ତୁମ୍ଭର ପଶୁଗଣ ଯେପରି ଅଛନ୍ତି, ତାହା ତୁମ୍ଭକୁ ଜଣାଅଛି।
30 “Ben gelmeden önce malın azdı. Sayemde RAB seni kutsadı, malın gitgide arttı. Ya kendi evim için ne zaman çalışacağım?”
କାରଣ, ମୋହର ଆସିବା ପୂର୍ବରେ ତୁମ୍ଭର ଅଳ୍ପ ସମ୍ପତ୍ତି ଥିଲା, ମାତ୍ର ଏବେ ବୃଦ୍ଧି ପାଇ ପ୍ରଚୁର ହୋଇଅଛି; ପୁଣି, ମୁଁ ଯେକୌଣସି ଜାଗାକୁ ତୁମ୍ଭର ମେଷପଲକୁ ଚରାଇବାକୁ ନେଲି ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିଅଛନ୍ତି; ମାତ୍ର ମୁଁ ଆପଣା ପରିବାର ନିମନ୍ତେ କେବେ ସଞ୍ଚୟ କରିବି?”
31 Lavan, “Sana ne vereyim?” diye sordu. Yakup, “Bana bir şey verme” diye yanıtladı, “Eğer şu önerimi kabul edersen, yine sürünü güder, hayvanlarına bakarım:
ତହିଁରେ ଲାବନ କହିଲା, “ମୁଁ ତୁମ୍ଭକୁ କଅଣ ଦେବି?” ଯାକୁବ କହିଲା, “ତୁମ୍ଭକୁ କିଛି ଦେବାକୁ ପଡ଼ିବ ନାହିଁ; ଯଦି ତୁମ୍ଭେ ମୋʼ ପାଇଁ ଗୋଟିଏ କର୍ମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି।
32 Bugün bütün sürülerini yoklayıp noktalı veya benekli koyunları, kara kuzuları, benekli veya noktalı keçileri ayırayım. Ücretim bu olsun.
ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କଳାବର୍ଣ୍ଣର ମେଷମାନଙ୍କୁ, ପୁଣି, ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି; ସେହି ସବୁ ମୋହର ବେତନ ସ୍ୱରୂପ ହେବ।
33 İleride bana verdiklerini denetlemeye geldiğinde, dürüst olup olmadığımı kolayca anlayabilirsin. Noktalı ve benekli olmayan keçilerim, kara olmayan kuzularım varsa, onları çalmışım demektir.”
ଏଥିଉତ୍ତାରେ ଯେତେବେଳେ ତୁମ୍ଭ ସାକ୍ଷାତରେ ମୋହର ବେତନ ବିଷୟ ଉପସ୍ଥିତ ହେବ, ସେତେବେଳେ ମୋହର ଧାର୍ମିକତା ମୋʼ ବିଷୟରେ ସାକ୍ଷ୍ୟ ଦେବ, ଅର୍ଥାତ୍‍, ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଭିନ୍ନ ଓ ମେଷଗଣ ମଧ୍ୟରେ କଳାବର୍ଣ୍ଣର ମେଷ ଭିନ୍ନ ଯେତେ ଥିବେ, ତାହା ମୋହର ଚୋରି ରୂପେ ଗଣ୍ୟ ହେବ।”
34 Lavan, “Kabul, söylediğin gibi olsun” dedi.
ତହୁଁ ଲାବନ କହିଲା, “ଭଲ, ତୁମ୍ଭ କଥାନୁସାରେ ହେଉ।”
35 Ama o gün çizgili ve benekli tekeleri, noktalı ve benekli keçileri, beyaz keçilerin hepsini, bütün kara kuzuları ayırıp oğullarına teslim etti.
ଏଥିଉତ୍ତାରେ ସେ ସେହି ଦିନ ରେଖାଙ୍କିତ ଓ ବିନ୍ଦୁଚିହ୍ନିତ ଛାଗସକଳ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମଧ୍ୟ କିଞ୍ଚିତ ଶୁକ୍ଳବର୍ଣ୍ଣ ଛାଗୀସକଳ, ପୁଣି, କଳାବର୍ଣ୍ଣର ମେଷସକଳ ପୃଥକ ପୃଥକ କରି ଆପଣା ପୁତ୍ରମାନଙ୍କ ହସ୍ତରେ ସମର୍ପଣ କଲା;
36 Sonra Yakup'tan üç günlük yol kadar uzaklaştı. Yakup Lavan'ın kalan sürüsünü gütmeye devam etti.
ଆଉ ସେ ଆପଣାର ଓ ଯାକୁବର ମଧ୍ୟରେ ତିନି ଦିନର ପଥରୁ ଦୂରରେ ରଖିଲା; ପୁଣି, ଯାକୁବ ଲାବନର ଅବଶିଷ୍ଟ ପଶୁପଲ ଚରାଇବାକୁ ଲାଗିଲା।
37 Yakup aselbent, badem, çınar ağaçlarından taze dallar kesti. Dalları soyarak beyaz çentikler açtı.
ଆଉ ଯାକୁବ ଲିବ୍‍ନୀ ଓ ଲୂସ୍‍ ଓ ଅର୍ମୋନ୍‍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବଳ୍‍କଳ କାଢ଼ି କାଷ୍ଠର ଶୁକ୍ଳରେଖା ବାହାର କଲା।
38 Soyduğu çubukları koyunların önüne, su içtikleri yalaklara koydu. Koyunlar su içmeye gelince çiftleşiyorlardı.
ଏଥିଉତ୍ତାରେ ଯେଉଁ ସ୍ଥାନକୁ ପଶୁଗଣ ଜଳ ପାନ କରିବା ନିମନ୍ତେ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବଳ୍‍କଳଶୂନ୍ୟ ଶାଖାସବୁ ଉଚ୍ଚ କରି ରଖିଲା; ତହୁଁ ଜଳ ପାନ କରିବା ସମୟରେ ସେମାନେ ଫଳବତୀ ହେଲେ।
39 Çubukların önünde çiftleşince çizgili, noktalı, benekli yavrular doğuruyorlardı.
ପୁଣି, ସେହି ଶାଖା ନିକଟରେ ସେମାନଙ୍କର ସଙ୍ଗମ ହେବାରୁ ପଶୁମାନେ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛୁଆ ପ୍ରସବ କଲେ।
40 Yakup kuzuları ayırıp sürülerin yüzünü Lavan'ın çizgili, kara hayvanlarına döndürüyordu. Kendi sürülerini ayrı tutuyor, Lavan'ınkilerle karıştırmıyordu.
ତହିଁରେ ଯାକୁବ ସେହି ଛୁଆମାନଙ୍କୁ ଭିନ୍ନ ଭିନ୍ନ କଲା, ପୁଣି, ଲାବନର ରେଖାଙ୍କିତ ଓ କଳାବର୍ଣ୍ଣର ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲା; ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ନ ରଖି ପୃଥକ କଲା।
41 Sürüdeki güçlü hayvanlar kızışınca, Yakup çubukları onların gözü önüne, yalaklara koyuyordu ki, çubukların yanında çiftleşsinler.
ପୁଣି, ବଳିଷ୍ଠ ପଶୁଗଣ ଯେପରି ଶାଖା ନିକଟରେ ଗର୍ଭଧାରଣ କରନ୍ତି, ଏଥିପାଇଁ ଜଳକୁଣ୍ଡ ମଧ୍ୟରେ ପଶୁମାନଙ୍କ ସମ୍ମୁଖରେ ସେହି ଶାଖା ରଖିଲା; ମାତ୍ର ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲା ନାହିଁ;
42 Sürünün zayıf hayvanlarının önüneyse çubuk koymuyordu. Böylece zayıf hayvanları Lavan, güçlüleri Yakup aldı.
ତହିଁରେ ଦୁର୍ବଳ ପଶୁଗଣ ଲାବନର ଓ ବଳିଷ୍ଠ ପଶୁଗଣ ଯାକୁବର ହେଲେ।
43 Yakup alabildiğine zenginleşti. Çok sayıda sürü, erkek ve kadın köle, deve, eşek sahibi oldu.
ଏହେତୁ ଯାକୁବ ଅତିଶୟ ବର୍ଦ୍ଧିଷ୍ଣୁ ହେଲା, ପୁଣି, ତାହାର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।

< Yaratiliş 30 >