< Ağitlar 1 >

1 O kent ki, insan doluydu, Nasıl da tek başına kaldı şimdi! Büyüktü uluslar arasında, Dul kadına döndü! Soyluydu iller arasında, Angarya altına düştü!
ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି! ସେ କିପରି ବିଧବା ତୁଲ୍ୟ ହୋଇଅଛି! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି!
2 Geceleyin acı acı ağlıyor, Yanaklarında gözyaşı; Avutan tek kişi bile yok Bunca oynaşı arasında. Dostları ona hainlik etti, Düşman oldu.
ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।
3 Yahuda acı çekip ağır kölelik ettikten sonra Sürgün edildi, Ulusların arasında oturuyor, Ama rahat bulamıyor. O sıkıntıdayken ardına düşenler ona yetişti.
ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି।
4 Siyon'a giden yollar yas tutuyor, Çünkü bayramlara gelen yok. Bütün kapıları ıssız, kâhinleri inliyor, Erden kızları sıkıntıda, kendisi de acı çekiyor.
ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ୱାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।
5 Hasımları başa geçti, düşmanları rahat içinde. Çok isyan ettiği için RAB ona acı çektiriyor, Yavruları hasımlarının gözü önünde sürgüne gitti.
ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।
6 Siyon kızının bütün güzelliği uçtu, Önderleri otlak bulamayan geyiklere döndü, Dermanları kesildi Kendilerini kovalayanların önünde.
ସିୟୋନ କନ୍ୟାର ଦୀପ୍ତି ତାହାଠାରୁ ଯାଇଅଛି। ତାହାର ଅଧିପତିଗଣ ଚରାଣି ସ୍ଥାନ ନ ପାଇବା ହରିଣୀମାନଙ୍କ ପରି ହୋଇଅଛନ୍ତି, ପୁଣି ସେମାନେ ପଛେ ଗୋଡ଼ାଇବା ଲୋକର ଆଗେ ଆଗେ ଶକ୍ତିହୀନ ହୋଇ ଗମନ କରିଅଛନ୍ତି।
7 Yeruşalim sıkıntı içinde başıboş dolaşırken Eski günlerdeki varlığını anımsıyor. Halkı hasmının eline düşüp de Yardımına koşan çıkmayınca, Hasımları haline bakıp Yıkılışına güldüler.
ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବକାଳର ମନୋହର ବିଷୟସବୁ ସ୍ମରଣ କରୁଅଛି। ଯେତେବେଳେ ତାହାର ଲୋକମାନେ ବିପକ୍ଷର ହସ୍ତରେ ପଡ଼ିଲେ ଓ କେହି ତାହାର ସାହାଯ୍ୟ କଲେ ନାହିଁ, ସେତେବେଳେ ବିପକ୍ଷଗଣ ତାହାକୁ ଦେଖି ତାହାର ଉତ୍ସନ୍ନତାରେ ଉପହାସ କଲେ।
8 Yeruşalim büyük günah işledi, Bu yüzden kirlendi. Ona saygı duyanların hepsi Şimdi onu hor görüyor, Çünkü onu çıplak gördüler. O da inleyip öbür yana dönüyor.
ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେମାନେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।
9 Kirliliği eteklerindeydi, Sonunu düşünmedi; Bu yüzden düşüşü korkunç oldu, Avutanı yok. “Ya RAB, düşkün halimi gör, Çünkü düşmanım kazandı!”
ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।
10 Değerli her şeyine düşman el uzattı. Tapınağına başka ulusların girdiğini gördü, Topluluğuna girmesini yasakladığın uluslar.
ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।
11 Halkı inleyip ekmek arıyor, Yeniden güçlerine kavuşmak için Değerli neleri varsa ekmekle değiştiler; “Bak da gör, ya RAB, ne kadar sefil oldum.”
ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।
12 “Ey sizler, yoldan geçenler, Sizin için önemi yok mu bunun? Bakın da görün, başıma gelen dert gibisi var mı? Öyle bir dert ki, RAB öfkesinin alevlendiği gün Başıma yağdırdı onu.
ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି? ତଦ୍ଦ୍ୱାରା ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।
13 Ateş saldı yukarıdan, Kemiklerimin içine işledi ateş; Ağ serdi ayaklarıma, Geri çevirdi beni; Mahvetti, baygın kaldım bütün gün.
ସେ ଊର୍ଦ୍ଧ୍ୱରୁ ମୋʼ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋʼ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇ ଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନସାରା ମୂର୍ଚ୍ଛିତ କରିଅଛନ୍ତି।
14 İsyanlarım boyunduruğa döndü, RAB'bin eliyle birbirine tutturulup Boynuma geçirildi, gücüm tükendi. Rab karşı duramadığım İnsanların eline verdi beni.
ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋʼ ସ୍କନ୍ଧ ଉପରକୁ ଆସିଅଛି; ସେ ମୋʼ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି।
15 Hiçe saydı beni savunan yiğitleri, Gençlerimi kırıp geçirmek için çağrı yaptı ordulara, Rab erden Yahuda kızını Üzüm sıkma çukurunda çiğnedi adeta.
ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନା କରିଅଛନ୍ତି; ସେ ମୋʼ ଯୁବକଗଣକୁ ଦଳି ପକାଇବା ପାଇଁ ମୋʼ ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି।
16 “Ağlıyorum bunlara, Gözlerimden yaşlar boşanıyor; Çünkü beni avutan, Canımı tazeleyen benden uzak. Çocuklarım şaşkına döndü, Çünkü düşmanım üstün çıktı.”
ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋʼ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋʼ ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।
17 Siyon ellerini açmış, Ama onu avutan yok. RAB Yakup soyuna karşı buyruk verdi, Komşuları ona hasım olsun, dedi. Yeruşalim aralarında paçavraya döndü.
ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ଯାକୁବର ଚତୁର୍ଦ୍ଦିଗବର୍ତ୍ତୀ ଲୋକମାନେ ତାହାର ବିପକ୍ଷ ହେବେ ବୋଲି ସଦାପ୍ରଭୁ ତାହା ବିଷୟରେ ଏହି ଆଜ୍ଞା କରିଅଛନ୍ତି; ଯିରୂଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି।
18 “RAB haklıdır, çünkü buyruğuna karşı geldim. Şimdi dinleyin, ey halklar, çektiğim acıyı görün; Erden kızlarım, gençlerim sürgüne gitti.
ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।
19 Oynaşlarımı çağırdım, Ama aldattılar beni. Yeniden güçlerine kavuşmak için yiyecek ararken Kâhinlerimle önderlerim kentte can verdi.
ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ।
20 Gör, ya RAB, ne sıkıntılar çektiğimi, İçim kanıyor, yüreğim buruk, Çünkü çok asilik ettim; Dışarıda kılıç beni çocuklarımdan ayırmakta, İçerdeyse ölüm kol gezmekte.
ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋʼ ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।
21 İnlediğimi duydular, Beni avutan olmadı. Bütün düşmanlarım başıma gelen felaketi duydu, Sen yaptın diye sevinçten coştular. İlan ettiğin günü getir, Onlar da benim gibi olsunlar.
ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ମୋର ଶତ୍ରୁ ସମସ୍ତେ ମୋʼ ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ।
22 Yaptıkları her kötülüğü anımsa, İsyanlarımdan ötürü bana ne yaptınsa onlara da yap; Çünkü sürekli inliyor, baygınlık geçiriyorum.”
ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞାଲଙ୍ଘନ ସକାଶୁ ମୋʼ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପେ କର; କାରଣ ମୋହର ଦୀର୍ଘ ନିଶ୍ୱାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।

< Ağitlar 1 >